Masthead

ସୁପ୍ରିମକୋର୍ଟରୁ କେଜ୍ରିଓ୍ୱାଲଙ୍କୁ ମିଳିଲାନି ଆଶ୍ୱସ୍ତି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ସୁପ୍ରିମକୋର୍ଟରୁ କେଜ୍ରିଓ୍ୱାଲଙ୍କୁ ମିଳିଲାନି ଆଶ୍ୱସ୍ତି । ଜେଲ୍‌ରେ ରହିବେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ୱାଲ । କେଜ୍ରିଓ୍ୱାଲଙ୍କ ଅନ୍ତରୀଣ ଜାମିନ ଉପରେ ଦିଲ୍ଲୀ ହାଇକୋର୍ଟ ଲଗାଇଥିବା ରୋକ୍‌କୁ ହଟାଇବା ପାଇଁ ସୁପ୍ରିମକୋର୍ଟ ମନା କରି ଦେଇଛନ୍ତି । ସୁପ୍ରିମକୋର୍ଟ କହିଛନ୍ତି ଅମେ ଦିଲ୍ଲୀ ହାଇକୋର୍ଟଙ୍କ ନିଷ୍ପତ୍ତିକୁ ଅପେକ୍ଷା କରିବା ଉଚିତ୍ । ଆହୁରି ମଧ୍ୟ କହିଛନ୍ତି ଯଦି ହାଇକୋର୍ଟ ଏହାର ନିଷ୍ପତ୍ତି ସଂରକ୍ଷିତ ରଖିଛନ୍ତି ତେବେ ଏଥିରେ ହସ୍ତକ୍ଷେପ କରିବା ଉଚିତ୍ ହେବନାହିଁ । ମଙ୍ଗଳବାର ସୁଦ୍ଧା ହାଇକୋର୍ଟଙ୍କ ନିଷ୍ପତ୍ତି ଆସିବାର ସମ୍ଭାବନା ରହିଛି । ତେଣୁ ବୁଧବାର ଏହି ଆବେଦନର ପରବର୍ତ୍ତୀ ଶୁଣାଣି ହେବ ।

କହିରଖୁ ଯେ, ମଦ ଦୁର୍ନୀତି ମାମଲାରେ ଅରବିନ୍ଦ କେଜ୍ରିଓ୍ୱାଲଙ୍କୁ ଦିଲ୍ଲୀ ରାଉଜ ଆଭେନ୍ୟୁ କୋର୍ଟ ଅନ୍ତରୀଣ ଜାମିନ ପ୍ରଦାନ କରିଥିଲେ । ହେଲେ ଦିଲ୍ଲୀ ହାଇକୋର୍ଟ ମାମଲାର ଶୁଣାଣି କରି ଜାମିନ୍ ଉପରେ ରୋକ ‌ଲାଗାଇବା ପରେ ସର୍ବୋଚ୍ଚ ନ୍ୟାୟାଳୟ ଯାଇଥିଲେ କେଜ୍ରିୱାଲ୍ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ