Masthead

ସୁପ୍ରିମକୋର୍ଟରୁ କେଜ୍ରିଓ୍ୱାଲଙ୍କୁ ମିଳିଲାନି ଆଶ୍ୱସ୍ତି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ସୁପ୍ରିମକୋର୍ଟରୁ କେଜ୍ରିଓ୍ୱାଲଙ୍କୁ ମିଳିଲାନି ଆଶ୍ୱସ୍ତି । ଜେଲ୍‌ରେ ରହିବେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ୱାଲ । କେଜ୍ରିଓ୍ୱାଲଙ୍କ ଅନ୍ତରୀଣ ଜାମିନ ଉପରେ ଦିଲ୍ଲୀ ହାଇକୋର୍ଟ ଲଗାଇଥିବା ରୋକ୍‌କୁ ହଟାଇବା ପାଇଁ ସୁପ୍ରିମକୋର୍ଟ ମନା କରି ଦେଇଛନ୍ତି । ସୁପ୍ରିମକୋର୍ଟ କହିଛନ୍ତି ଅମେ ଦିଲ୍ଲୀ ହାଇକୋର୍ଟଙ୍କ ନିଷ୍ପତ୍ତିକୁ ଅପେକ୍ଷା କରିବା ଉଚିତ୍ । ଆହୁରି ମଧ୍ୟ କହିଛନ୍ତି ଯଦି ହାଇକୋର୍ଟ ଏହାର ନିଷ୍ପତ୍ତି ସଂରକ୍ଷିତ ରଖିଛନ୍ତି ତେବେ ଏଥିରେ ହସ୍ତକ୍ଷେପ କରିବା ଉଚିତ୍ ହେବନାହିଁ । ମଙ୍ଗଳବାର ସୁଦ୍ଧା ହାଇକୋର୍ଟଙ୍କ ନିଷ୍ପତ୍ତି ଆସିବାର ସମ୍ଭାବନା ରହିଛି । ତେଣୁ ବୁଧବାର ଏହି ଆବେଦନର ପରବର୍ତ୍ତୀ ଶୁଣାଣି ହେବ ।

କହିରଖୁ ଯେ, ମଦ ଦୁର୍ନୀତି ମାମଲାରେ ଅରବିନ୍ଦ କେଜ୍ରିଓ୍ୱାଲଙ୍କୁ ଦିଲ୍ଲୀ ରାଉଜ ଆଭେନ୍ୟୁ କୋର୍ଟ ଅନ୍ତରୀଣ ଜାମିନ ପ୍ରଦାନ କରିଥିଲେ । ହେଲେ ଦିଲ୍ଲୀ ହାଇକୋର୍ଟ ମାମଲାର ଶୁଣାଣି କରି ଜାମିନ୍ ଉପରେ ରୋକ ‌ଲାଗାଇବା ପରେ ସର୍ବୋଚ୍ଚ ନ୍ୟାୟାଳୟ ଯାଇଥିଲେ କେଜ୍ରିୱାଲ୍ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ