Masthead

ଶପଥ ସମାରୋହ ପାଇଁ ଟ୍ରାଫିକ କଟକଣା: ଜୟଦେବ ବିହାରରୁ ନାଲକୋ ଛକ ପର୍ଯ୍ୟନ୍ତ ଗାଡ଼ି ଚଳାଚଳ ମନା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆସନ୍ତାକାଲି ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ ଶପଥ ନେବାର କାର୍ଯକ୍ରମ ରହିଛି। ଭୁବନେଶ୍ୱରର ଜନତା ମଇଦାନରେ ମୁଖ୍ୟମନ୍ତ୍ରୀ ଓ ନବନିର୍ବାଚିତ ମନ୍ତ୍ରୀମଣ୍ଡଳଙ୍କ ଶପଥ ସମାରୋହ ଅନୁଷ୍ଠିତ ହେବ। ଶପଥ ଉତ୍ସବରେ ଯୋଗ ଦେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏହା ପୂର୍ବରୁ ଶପଥଗ୍ରହଣ ପାଇଁ ଗମାଗମନ ସୁବିଧା ପାଇଁ ଟ୍ରାଫିକ୍‌ କଟକଣା ଜାରି କରାଯାଇଛି। ୧୨ ତାରିଖ ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ସମାରୋହ ଦିନ ଟ୍ରାଫିକ କଟକଣା କରାଯାଇଛି । ଦିନ ୨ରୁ ସଂଧ୍ୟା ୭ କିମ୍ବା ଶପଥ ସମାରୋହ ସରିବା ଯାଏଁ ଏହି କଟକଣା ରହିବ ।

ଜୟଦେବ ବିହାରରୁ ନାଲକୋ ଛକ ଏବଂ ସଂଲଗ୍ନ ଗଳି ରାସ୍ତାରେ ଗାଡ଼ି ଚଳାଚଳ ବନ୍ଦ । ଏଥିପାଇଁ ଜଣେ ଆଇଜି ଓ ୨ ଡିଆଇଜିଙ୍କୁ ଦାୟିତ୍ବ ଦିଆଯାଇଛି । ଜନତା ମଇଦାନ ସୁରକ୍ଷା ଦାୟିତ୍ବ ତଦାରଖ କରିବେ ଆଇଜି ପ୍ରବୀଣ କୁମାର । ଡିଆଇଜି ସାର୍ଥକ ଷଡ଼ଙ୍ଗୀ ଏୟାରପୋର୍ଟ, ଉମାଶଙ୍କର ଦାସ ଟ୍ରାଫିକ ବ୍ୟବସ୍ଥା ବୁଝିବେ । ସେହିପରି ୧୩ ଡିସିପି, ୧୮ ଏଡିସିପି ରାଙ୍କ ଅଧିକାରୀ ମଧ୍ୟ ଦାୟିତ୍ବରେ ରହିବେ । ୫୮ ଏସିପି, ୯୪ ଇନ୍ସପେକ୍ଟର, ୩୧୨ ଏସ୍‌ଆଇ/ଏଏସ୍‌ଆଇ ଦାୟିତ୍ୱରେ ରହିବେ । ଆସନ୍ତାକାଲି ଦିନ ୨ଟାରୁ ୭ଟା ପର୍ୟ୍ୟନ୍ତ ସଂପୃକ୍ତ ଅଞ୍ଚଳରେ ଟ୍ରାଫିକ କଟକଣା ଲାଗୁ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ