Masthead

୨୦୦ କୋଟି ଟଙ୍କା ଠକେଇ ମାମଲାରେ ନୋରା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ୨୦୦ କୋଟି ଟଙ୍କା ଠକେଇ ମାମଲାରେ ବଲିଉଡ ଅଭିନେତ୍ରୀ ନୋରା ଫତେହି, ଦିଲ୍ଲୀ ପଟିଆଲା ହାଉସ କୋର୍ଟରେ ପହଞ୍ଚିଥିଲେ । ଏହି ପ୍ରସଙ୍ଗରେ ପୋଲିସ ନୋରାଙ୍କୁ ଅନେକ ଥର ପଚରା ଉଚରା କରିଛି । ମନି ଲଣ୍ଡରିଂ ମାମଲାରେ ନୋରା ଇଡି ଟାର୍ଗେଟରେ ଅଛନ୍ତି । ଇଡି ଏପର୍ଯ୍ୟନ୍ତ ଅନେକ ଥର ଅନୁସନ୍ଧାନ କରିଛି । ନୋରା ମଧ୍ୟ ସୁକେଶ ଚନ୍ଦ୍ରଶେଖରଙ୍କ ଠାରୁ ଦାମି ଉପହାର ନେଇଥିବା ଅଭିଯୋଗ ହୋଇଛି ।

ବହୁ ବଡ ବଲିଉଡ ଅଭିନେତ୍ରୀଙ୍କ ନାମ ସୁକେଶ ଚନ୍ଦ୍ରଶେଖର ମାମଲା ଏବଂ ୨୦୦ କୋଟି ଟଙ୍କା ଠକେଇ ମାମଲାରେ ପ୍ରକାଶ ପାଇଛି । ନୋରାଙ୍କ ବ୍ୟତୀତ ଜ୍ୟାକଲିନ୍ ଫର୍ଣ୍ଣାଣ୍ଡିସଙ୍କ ନାମ ମଧ୍ୟ ଏଥିରେ ଅନ୍ତର୍ଭୁକ୍ତ । କୁହାଯାଉଛି ଯେ ଅନେକ ବଲିଉଡ ଅଭିନେତ୍ରୀ ସୁକେଶ ଚନ୍ଦ୍ରଶେଖରଙ୍କ ସହ ଯୋଗାଯୋଗରେ ଥିଲେ । ଇଡି ଏହାର ଚାର୍ଜସିଟ୍ ଦାଖଲ କରିବାବେଳେ କହିଥିଲେ ଯେ ଜ୍ୟାକଲିନ୍ ଏବଂ ନୋରା , ସୁକେଶଙ୍କ ଠାରୁ ବହୁ ମୁଲ୍ୟବାନ ଉପହାର ନେଇଛନ୍ତି । ଏଥିସହ ଇଡି କହିଛନ୍ତି ଯେ ଡିସେମ୍ବର ୨୦୨୦ରେ ନୋରା ସୁକେଶଙ୍କ ଠାରୁ ବିଏମଡବ୍ଲୁ କାର ଉପହାର ସ୍ୱରୁପ ଆଣିଥିଲେ । ପୂର୍ବରୁ ନୋରା ଦିଲ୍ଲୀର ପଟିଆଲା ହାଉସ କୋର୍ଟରେ ଜ୍ୟାକଲିନଙ୍କ ବିରୋଧରେ ମାନହାନି ମକଦ୍ଦମା ଦାୟର କରିଥିଲେ ।

ଏହା ସହିତ ନୋରା ମଧ୍ୟ ଏହି ପ୍ରସଙ୍ଗରେ ଅନେକ ମିଡିଆ ହାଉସ ବିରୋଧରେ ମାନହାନୀ ମାମଲା ଦାୟର କରିଥିଲେ । ନୋରା ଅଭିଯୋଗ କରିଛନ୍ତି ଯେ ଗ୍ୟାଙ୍ଗଷ୍ଟର ସୁକେଶ ଚନ୍ଦ୍ରଶେଖରଙ୍କ ସହ ଜଡିତ ୨୦୦ କୋଟି ଟଙ୍କା ଲଣ୍ଡରିଂ ମାମଲାରେ ତାଙ୍କ ନାମ ଜବରଦସ୍ତ ବ୍ୟବହୃତ ହୋଇଛି । ଅଭିନେତ୍ରୀ ଏହା ମଧ୍ୟ କହିଛନ୍ତି ଯେ ସୁକେଶଙ୍କ ସହ ତାଙ୍କର କୌଣସୀ ସମ୍ପର୍କ ନଥିଲା । ସେ ସୁକେଶଙ୍କ ପତ୍ନୀ ଲୀନା ମାରିଆ ପାଲଙ୍କ ମାଧ୍ୟମରେ ସୁକେଶଙ୍କୁ ଜାଣିଥିଲେ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ