ମୌସୁମୀ ବର୍ଷା ପରିମାଣ ୯୬% ହେବ

ଭୁବନେଶ୍ଵର(ବଡ଼ ଖବର ବ୍ୟୁରୋ): ଏବର୍ଷ ସ୍ୱାଭାବିକ ବର୍ଷା । ମୌସୁମୀ ବର୍ଷା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଏ ବର୍ଷ ସ୍ୱାଭାବିକ ଭାବେ ମୌସୁମୀ ବର୍ଷା ହେବ ବୋଲି ପାଣିପାଗ ବିଭାଗ ସ୍ପଷ୍ଟ କରିଛି । ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି ମୌସୁମୀ ବର୍ଷା ପରିମାଣ ୯୬ପ୍ରତିଶତ ହେବ ବୋଲି ପୂର୍ବାନୁମାନ କରାଯାଇଥିଲା । ମୌସୁମୀରେ ଦେଶରେ ହାରାହାରି ୮୭ ସେଣ୍ଟିମିଟର ବର୍ଷା ହୋଇଥାଏ । ଚଳିତ ବର୍ଷ ୯୬ ପ୍ରତିଶତ ହିସାବରେ ୮୩.୫ ସେଣ୍ଟିମିଟର ବର୍ଷା ହେବାର ସମ୍ଭାବନା ରହିଛି । ୯୬ ପ୍ରତିଶତରୁ ୧୦୪ ପ୍ରତିଶତ ବର୍ଷା ହେଲେ ତାହାକୁ ସ୍ୱାଭାବିକ ବର୍ଷା କୁହାଯାଏ ବୋଲି ଆଇଏମଡି ଡିଜି କହିଛନ୍ତି । ମୌସୁମୀର ଦ୍ୱିତୀୟାର୍ଦ୍ଧରେ ଏଲ-ନିନୋ ସମସ୍ୟାର ସମ୍ଭାବନା ରହିଛି । ଏଲ-ନିନୋ ସମ୍ଭାବନା ଥିଲେ ମଧ୍ୟ ବର୍ଷା ପରିମାଣ କମିବ ନାହିଁ ବୋଲି ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି । ପାଣିପାଗ ବିଭାଗର ପୂର୍ବାନୁମାନ ଚାଷୀଙ୍କ ପାଇଁ ଖୁସି ଆଣି ଦେଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!