Masthead

୩ ଦିନ କାଳବୈଶାଖୀ ବର୍ଷା!

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଜାରି ଗ୍ରୀଷ୍ଟ ପ୍ରବାହ । କେତେକ ଜିଲ୍ଲାରେ ୪୫ ଡିଗ୍ରୀ ପାର କରୁଛି ଦିନ ତାପମାତ୍ରା । ଅସହ୍ୟ ଗୁଳିଗୁଳିରେ ସାଧାରଣ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି । ୪ ଦିନ ଏଭଳି ଗ୍ରୀଷ୍ମ ପ୍ରବାହ ଜାରି ରହିବ । ଏହାରି ଭିତରେ କିଛି କିଛି ସ୍ଥାନରେ ଅସହ୍ୟ ତାତିରୁ ଆଶ୍ୱସ୍ତି ଦେଇଛି କାଳବୈଶାଖୀ ବର୍ଷା । ଆଜି ଓ ଆସନ୍ତାକାଲି ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି । ଆଜି କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ ଓ ଯାଜପୁର ଆଦି ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହ ୪୦ରୁ ୫୦ କିଲୋମିଟର ବେଗରେ ପବନ ହେବାର ସମ୍ଭାବନା ରହିଛି । ସେହିପରି କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ଢେଙ୍କାନାଳ ଓ ଅନୁଗୁଳ ଆଦି ଜିଲ୍ଲାର କେତେକ ସ୍ଥାନରେ ବିଜୁଳି ଘଡ଼ଘଡ଼ି ବର୍ଷା ହୋଇପାରେ । ଏସବୁ ଜିଲ୍ଲା ପାଇଁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଆଗାମୀ ୨ରୁ ୩ ଦିନ ମଧ୍ୟରେ ଦକ୍ଷିଣ ପଶ୍ଚିମ-ମୌସୁମୀ ବାୟୁ ଦକ୍ଷିଣ ବଙ୍ଗୋପସାଗର, ଦକ୍ଷିଣ ଆଣ୍ଡାମାନ ସାଗର ଏବଂ ନିକୋବର ଦ୍ୱୀପ ର କିଛି ଅଞ୍ଚଳକୁ ଅଗ୍ରସର ହେବାକୁ ପାଗ ସମ୍ପୂର୍ଣ୍ଣ ଅନୁକୂଳ ରହିଥିବା ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ