୩ ଦିନ କାଳବୈଶାଖୀ ବର୍ଷା!

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଜାରି ଗ୍ରୀଷ୍ଟ ପ୍ରବାହ । କେତେକ ଜିଲ୍ଲାରେ ୪୫ ଡିଗ୍ରୀ ପାର କରୁଛି ଦିନ ତାପମାତ୍ରା । ଅସହ୍ୟ ଗୁଳିଗୁଳିରେ ସାଧାରଣ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି । ୪ ଦିନ ଏଭଳି ଗ୍ରୀଷ୍ମ ପ୍ରବାହ ଜାରି ରହିବ । ଏହାରି ଭିତରେ କିଛି କିଛି ସ୍ଥାନରେ ଅସହ୍ୟ ତାତିରୁ ଆଶ୍ୱସ୍ତି ଦେଇଛି କାଳବୈଶାଖୀ ବର୍ଷା । ଆଜି ଓ ଆସନ୍ତାକାଲି ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି । ଆଜି କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ ଓ ଯାଜପୁର ଆଦି ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହ ୪୦ରୁ ୫୦ କିଲୋମିଟର ବେଗରେ ପବନ ହେବାର ସମ୍ଭାବନା ରହିଛି । ସେହିପରି କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ଢେଙ୍କାନାଳ ଓ ଅନୁଗୁଳ ଆଦି ଜିଲ୍ଲାର କେତେକ ସ୍ଥାନରେ ବିଜୁଳି ଘଡ଼ଘଡ଼ି ବର୍ଷା ହୋଇପାରେ । ଏସବୁ ଜିଲ୍ଲା ପାଇଁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଆଗାମୀ ୨ରୁ ୩ ଦିନ ମଧ୍ୟରେ ଦକ୍ଷିଣ ପଶ୍ଚିମ-ମୌସୁମୀ ବାୟୁ ଦକ୍ଷିଣ ବଙ୍ଗୋପସାଗର, ଦକ୍ଷିଣ ଆଣ୍ଡାମାନ ସାଗର ଏବଂ ନିକୋବର ଦ୍ୱୀପ ର କିଛି ଅଞ୍ଚଳକୁ ଅଗ୍ରସର ହେବାକୁ ପାଗ ସମ୍ପୂର୍ଣ୍ଣ ଅନୁକୂଳ ରହିଥିବା ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ