Masthead

“ସାର ନୁହଁ ବସ୍ ଡାକ”

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ମୋଦୀ ସରକାରଙ୍କ ଦ୍ୱିତୀୟ ପାଳିର ପ୍ରଥମ ମନ୍ତ୍ରିମଣ୍ଡଳ ସଂପ୍ରସାରଣ ପରେ ଦେଶକୁ ମିଳିଛି ନୂଆ ରେଳମନ୍ତ୍ରୀ । ଆଉ ମନ୍ତ୍ରାଳୟର ଦାୟିତ୍ୱ ନେବା ପରଠାରୁ ନିଜ କାର୍ୟ୍ୟଶୈଳୀ ପାଇଁ ଚର୍ଚ୍ଚାରେ ଅଛନ୍ତି ଅଶ୍ୱିନୀ ବୈଷ୍ଣବ । ଦାୟିତ୍ୱ ନେବା ପରେ, ଅଫିସରେ କାମ କରିବାର ସମୟ ପରିବର୍ତ୍ତନ କରିଦେଲେ ରେଳମନ୍ତ୍ରୀ । ଆଉ ଏବେ ତାଙ୍କର ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି ।

ରେଳ ବିଭାଗର ଜଣେ ଇଂଜିନିୟରଙ୍କୁ ‘ବସ’ ଡାକିବା ପାଇଁ କହୁଛନ୍ତି ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ । ଭିଡିଓରେ ବେସ ହାଲୁକା ଢଙ୍ଗରେ ନଜର ଆସୁଛନ୍ତି ମନ୍ତ୍ରୀ ।ଶୁକ୍ରବାର ରେଳବାଇ ସିଗ୍ନାଲ ବିଭାଗର ଜଣେ ଇଂଜିନିୟରଙ୍କ ସହ ମନ୍ତ୍ରୀଙ୍କ ପରିଚୟ କରାଇ ଦେଇଥିଲେ ବିଭାଗୀୟ ଉଚ୍ଚ ଅଧିକାରୀ । ପରିଚୟ ଦେଲାବେଳେ କହିଥିଲେ ଯେ, ଇଂଜିନିୟର ଜଣକ ସେହି କଲେଜରେ ପାଠ ପଢୁଥିଲେ ଯେଉଁଠାରେ ପଢିଥିଲେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ । ଏହାପରେ ତାଙ୍କୁ କୁଣ୍ଢାଇ ପକାଇଥିଲେ ମନ୍ତ୍ରୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ