Masthead

ଝାରସୁଗୁଡ଼ା ଉପନିର୍ବାଚନ, ପ୍ରକାଶ ପାଇଲା ବିଜ୍ଞପ୍ତି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ଆଜିଠୁ ୨୦ ତାରିଖ ପର୍ଯ୍ୟନ୍ତ ନାମାଙ୍କନ ଦାଖଲ କରି ପାରିବେ ପ୍ରାର୍ଥୀ । ୨୧ରେ ପ୍ରାର୍ଥୀପତ୍ର ଯାଂଚ କରାଯିବ । ପ୍ରାର୍ଥିପତ୍ର ପ୍ରତ୍ୟାହାର କରିବାର ତାରିଖ ରହିଛି ଏପ୍ରିଲ ୨୪ । ମେ’ ୧୦ରେ ହେବ ଝାରସୁଗୁଡ଼ା ବିଧାନସଭା ପାଇଁ ଭୋଟଗ୍ରହଣ । ୧୩ରେ ବାହାରିବ ଫଳାଫଳ । ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇବା ପରେ ପ୍ରମୁଖ ତିନି ରାଜନୈତିକ ଦଳ ବିଜେଡି, ବିଜେପି ଓ କଂଗ୍ରେସ ଶିବିର ଚଳଚଞ୍ଚଳ ହୋଇଉଠିଛି ।

ବିଜେଡିରୁ ସ୍ୱର୍ଗତ ନବ ଦାସଙ୍କ ଝିଅ ଦୀପାଲି ଦାସ ଏପ୍ରିଲ ୧୮ ତାରିଖରେ ନାମାଙ୍କନ ପତ୍ର ଦାଖଲ କରିବାକୁ ଥିବା ବେଳେ ୧୫ରେ ପ୍ରାର୍ଥିପତ୍ର ଦାଖଲ କରିବେ କଂଗ୍ରେସ ପ୍ରାର୍ଥୀ ତରୁଣ ପାଣ୍ଡେ । ସେପଟେ ବିଜେପି ପକ୍ଷରୁ ଟିକେଟ ପାଇଥିବା ଟଙ୍କଧର ତ୍ରିପାଠୀ କେବେ ନାମାଙ୍କନ ପତ୍ର ଦାଖଲ କରିବେ ତାହା ସ୍ପଷ୍ଟ କରିନି ଦଳ । ୩ ପ୍ରାର୍ଥୀ ନୂଆ ଚେହେରା ଥିବା ବେଳେ ଝାରସୁଗୁଡ଼ାର କାହାର ପଲା ଭାରି ରହିବ ତାକୁ ନେଇ ରହିଛି ସମସ୍ତଙ୍କ ନଜର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ