Masthead

ଆଜିଠୁ ନୂଆପଡ଼ା ଉପନିର୍ବାଚନ ନାମାଙ୍କନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ନୂଆପଡ଼ା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ଆଜିଠୁ ନାମାଙ୍କନ, ୨୦ ତାରିଖ ନାମାଙ୍କନ ଦାଖଲର ଶେଷ ଦିନ । ୨୨ ତାରିଖ ନାମାଙ୍କନ ଯାଞ୍ଚ ହେବ । ୨୪ ତାରିଖ ପ୍ରାର୍ଥୀପତ୍ର ପ୍ରତ୍ୟାହାରର ଶେଷ ଦିନ । ନଭେମ୍ବର ୧୧ରେ ହେବ ଭୋଟ୍ । ୧୪ ତାରିଖରେ ଆସିବ ଫଳାଫଳ। ସେପଟେ ପ୍ରମୁଖ ଦଳ ବିଜେପି, ବିଜେଡି ଓ କଂଗ୍ରେସ ଲାଗି ପଡ଼ିଛନ୍ତି ନିର୍ବାଚନ ପ୍ରସ୍ତୁତିରେ। ଦିନେ ଦୁଇ ଦିନ ଭିତରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ପିଏସିର ପୁଣି ଏକ ବୈଠକ ବସିବ । ସେହି ବୈଠକରେ ସ୍ଥିର ହେବ କାହାକୁ କରାଯିବ ପ୍ରାର୍ଥୀ। ବିଜେପି ମଧ୍ୟ ଏଯାଏ ପ୍ରାର୍ଥୀ ଘୋଷଣା କରିପାରିନି । ରାଜେନ୍ଦ୍ର ଢୋଲକିଆଙ୍କ ପୁଅଙ୍କୁ ଦଳରେ ସାମିଲ କରିଥିଲେ ମଧ୍ୟ ତାଙ୍କୁ ତୃଣମୂଳସ୍ତରରେ ବିରୋଧ କରାଯିବାରୁ ବିଜେପି ପାଇଁ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି । ସେପଟେ କଂଗ୍ରେସ କିନ୍ତୁ ଆଗରୁ ଘାସିରାମ ମାଝୀଙ୍କୁ ନିଜର ପ୍ରାର୍ଥୀ ଭାବେ ଘୋଷଣା କରିସାରିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ