Masthead

ଆଜିଠୁ ନୂଆପଡ଼ା ଉପନିର୍ବାଚନ ନାମାଙ୍କନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ନୂଆପଡ଼ା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ଆଜିଠୁ ନାମାଙ୍କନ, ୨୦ ତାରିଖ ନାମାଙ୍କନ ଦାଖଲର ଶେଷ ଦିନ । ୨୨ ତାରିଖ ନାମାଙ୍କନ ଯାଞ୍ଚ ହେବ । ୨୪ ତାରିଖ ପ୍ରାର୍ଥୀପତ୍ର ପ୍ରତ୍ୟାହାରର ଶେଷ ଦିନ । ନଭେମ୍ବର ୧୧ରେ ହେବ ଭୋଟ୍ । ୧୪ ତାରିଖରେ ଆସିବ ଫଳାଫଳ। ସେପଟେ ପ୍ରମୁଖ ଦଳ ବିଜେପି, ବିଜେଡି ଓ କଂଗ୍ରେସ ଲାଗି ପଡ଼ିଛନ୍ତି ନିର୍ବାଚନ ପ୍ରସ୍ତୁତିରେ। ଦିନେ ଦୁଇ ଦିନ ଭିତରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ପିଏସିର ପୁଣି ଏକ ବୈଠକ ବସିବ । ସେହି ବୈଠକରେ ସ୍ଥିର ହେବ କାହାକୁ କରାଯିବ ପ୍ରାର୍ଥୀ। ବିଜେପି ମଧ୍ୟ ଏଯାଏ ପ୍ରାର୍ଥୀ ଘୋଷଣା କରିପାରିନି । ରାଜେନ୍ଦ୍ର ଢୋଲକିଆଙ୍କ ପୁଅଙ୍କୁ ଦଳରେ ସାମିଲ କରିଥିଲେ ମଧ୍ୟ ତାଙ୍କୁ ତୃଣମୂଳସ୍ତରରେ ବିରୋଧ କରାଯିବାରୁ ବିଜେପି ପାଇଁ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି । ସେପଟେ କଂଗ୍ରେସ କିନ୍ତୁ ଆଗରୁ ଘାସିରାମ ମାଝୀଙ୍କୁ ନିଜର ପ୍ରାର୍ଥୀ ଭାବେ ଘୋଷଣା କରିସାରିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ