ରାଜ୍ୟସଭା ନିର୍ବାଚନ ପାଇଁ ବିଧିବଦ୍ଧ ବିଜ୍ଞପ୍ତି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପ୍ରକାଶ ପାଇଲା ରାଜ୍ୟସଭା ନିର୍ବାଚନ ପାଇଁ ବିଧିବଦ୍ଧ ବିଜ୍ଞପ୍ତି। ମାର୍ଚ୍ଚ ୧୬ ତାରିଖରେ ହେବ ରାଜ୍ୟସଭା ନିର୍ବାଚନ । ୧୦ ରାଜ୍ୟର ୩୭ ରାଜ୍ୟସଭା ଆସନ ପାଇଁ ନିର୍ବାଚନ ହେବାକୁ ଥିବାବେଳେ ଓଡ଼ିଶାର ୪ ଆସନ ପାଇଁ ଭୋଟ୍ ହେବ। ଏଥିପାଇଁ ମାର୍ଚ୍ଚ ୫ ତାରିଖ ଯାଏ ନାମାଙ୍କନ ଦାଖଲ ରହିଛି। ୬ ତାରିଖରେ ପ୍ରାର୍ଥୀପତ୍ର ଯାଞ୍ଚ ହେବ। ମାର୍ଚ୍ଚ ୯ରେ ପ୍ରାର୍ଥୀପତ୍ର ପ୍ରତ୍ୟାହାରର ଶେଷ ତାରିଖ ରହିଛି। ସେହିପରି ମାର୍ଚ୍ଚ ୧୬ ତାରିଖ ସକାଳ ୯ରୁ ଅପରାହ୍ଣ ୪ ଯାଏଁ ଭୋଟ୍ ଗ୍ରହଣ ହେବ। ଅପରାହ୍ଣରେ ଭୋଟ୍ ଗଣତି ହେବ।

https://youtube.com/live/rsxL7KLpvZs?feature=share

ସେପଟେ ଦିନେ ଦୁଇ ଦିନରେ ବିଜେପି ପ୍ରାର୍ଥୀ ଘୋଷଣା କରିବ । ରାଜ୍ୟସଭା ନିର୍ବାଚନ ପାଇଁ ଖୁବଶୀଘ୍ର ପ୍ରାର୍ଥୀ ଘୋଷଣା କରିବ ବିଜେପି । ବିଜେପି ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂ ତୋମାର ସୂଚନା ଦେଇଛନ୍ତି । ଆଜି କାଲି ଭିତରେ ସଂସଦୀୟ ବୋର୍ଡ ବୈଠକ ବସିବ । କିଏ ରାଜ୍ୟସଭା ଯିବ ବୈଠକରେ ନିଷ୍ପତ୍ତି ହେବ । କୋର୍ କମିଟି ବୈଠକରେ ହୋଇଥିବା ନିଷ୍ପତ୍ତି ସଂସଦୀୟ ବୋର୍ଡକୁ ପଠାଯାଇଛି ।

ଶେଷ ନିଷ୍ପତ୍ତି ସଂସଦୀୟ ବୋର୍ଡ ନେବ । ଦିନେ ଦୁଇ ଦିନ ଭିତରେ ନାଁ ଘୋଷଣା ହୋଇପାରେ । ଅନ୍ୟପଟେ ଆସନ୍ତା ୨୮ ତାରିଖରେ କଂଗ୍ରେସ ନେବ ରାଜ୍ୟସଭା ନିଷ୍ପତ୍ତି । ପିସିସି ସଭାପତି ଭକ୍ତ ଚରଣ ଦାସଙ୍କ ସୂଚନା ଦେଇଛନ୍ତି । ଏଥିପାଇଁ ଦିଲ୍ଲୀ ଯାଇ ହାଇକମାଣ୍ଡଙ୍କ ସହ ଆଲୋଚନା କରିବେ । ନବୀନଙ୍କୁ ସମୟ ମାଗିଥିଲେ ବି ଏଯାଏଁ ନବୀନ ସମୟ ଦେଇନାହାନ୍ତି କହିଲେ ଭକ୍ତ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!