Masthead

ଆସିଲା ନଭେମ୍ବର ଗାଇଡଲାଇନ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଜାରି ହେଲା ନଭେମ୍ବର ଗାଇଡଲାଇନ । ନଭେମ୍ବର ୧ରୁ ଡିସେମ୍ବର ୧ ପର୍ୟ୍ୟନ୍ତ ବଳବତ୍ତର ରହିବ ଗାଇଡ୍‌ଲାଇନ୍‌। ନୂଆ ଗାଇଡଲାଇନ ଅନୁସାରେ ସହରାଞ୍ଚଳରେ ରାତ୍ରକଳୀନ କର୍ଫ୍ୟୁ ପୂର୍ବପରି ଜାରି ରହିବ। ରାତି ୧୦ଟାରୁ ସକାଳ ୫ଟା ଯାଏଁ କର୍ଫ୍ୟୁ ବଳବତ୍ତର ରହିବ। ସମସ୍ତ ପ୍ରକାର ଦୋକାନ ସକାଳ ୫ରୁ ରାତି ୧୦ ଖୋଲା ରହିପାରିବ।

ନଭେମ୍ବର ଗାଇଡଲାଇନରେ ରାଜ୍ୟବ୍ୟାପୀ କେଉଁଠି ସପ୍ତାହାନ୍ତ ଶଟ୍‌ଡାଉନ୍‌ କଟକଣା ଜାରି କରାଯାଇନି। ଅନଲକ ପିରିୟଡରେ ସାରା ରାଜ୍ୟରେ ସମସ୍ତ ପ୍ରକାର ଦୋକାନ, ମଲ ଖୋଲା ରହିବ। ସେହିଭଳି ରାଜ୍ୟରେ ସମସ୍ତ ଧାର୍ମିକ ଉତ୍ସବ, ପର୍ବପର୍ବାଣୀ ଓ ଅନ୍ୟ ସାମାଜିକ କାର୍ୟ୍ୟକ୍ରମ ପାଳନ କରାଗଲେ ମଧ୍ୟ ସରକାର ପୂର୍ବରୁ ଜାରି କରିଥିବା ଅଗଷ୍ଟ ୯ ର ଗାଇଡଲାଇନ୍‌ର ଅନୁପାଳନ କରାଯିବ। ଜିଲ୍ଲାପାଳ ଓ ମ୍ୟୁନିସିପାଲ କମିଶନର ନିଜ ଅଞ୍ଚଳରେ ଏନେଇ ନିଷ୍ପତ୍ତି। ବାଣ ଫୁଟାଇବା ସମ୍ପର୍କିତ ଗାଇଡଲାଇନ ପୃଥକ ଭାବେ ଜାରି ହେବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ