Masthead

କାଲି ଇଭିଏମରୁ ଖୋଲିବ ପ୍ରାର୍ଥୀଙ୍କ ଭାଗ୍ୟ

ନୂଆପଡ଼ା (ବଡ଼ ଖବର ବ୍ୟୁରୋ): ଦିନକ ପରେ ନୂଆପଡ଼ା ଉପନିର୍ବାଚନ ଭୋଟ ଗଣତି ହେବ । ଶୁକ୍ରବାର ଫିଟିବ ବିଜେପି, ବିଜେଡି, କଂଗ୍ରେସ ସମେତ ୧୪ ଜଣ ପ୍ରାର୍ଥୀଙ୍କ ଭାଗ୍ୟ । ଗତ ମଙ୍ଗଳବାର ନୂଆପଡ଼ା ଉପନିର୍ବାଚନ ପାଇଁ ଭୋଟଗ୍ରହଣ ସରିଛି । ବିଳମ୍ବିତ ରାତିରେ ୩୫୮ଟି ଇଭିଏମ, ଭିଭିପାଟ ଓ ଅନ୍ୟ ମତଦାନ ସାମଗ୍ରୀ ନ୍ୟାସନାଲ କଲେଜ ଷ୍ଟ୍ରଙ୍ଗରୁମରେ ପହଞ୍ଚିଛି । ତ୍ରିସ୍ତରୀୟ କଡ଼ା ସୁରକ୍ଷା ବଳୟରେ ଇଭିଏମ୍ ରହିଛି । ଭୋଟ ଗ୍ରହଣ ଓ ଗଣନା ପ୍ରକ୍ରିୟାକୁ ସମ୍ପୁର୍ଣ୍ଣ ସ୍ବଚ୍ଛ, ସୁସ୍ଥ ଓ ପାରଦର୍ଶୀ ଭାବରେ ଆୟୋଜନ କରିବା ପାଇଁ ଆବଶ୍ୟକ ସମସ୍ତ ପଦକ୍ଷେପ ଗ୍ରହଣ କରାଯାଇଥିବା ସୂଚନା ଦେଇଛନ୍ତି ଜିଲ୍ଲାପାଳ ।

ନ୍ୟାସନାଲ କଲେଜରେ ତ୍ରିସ୍ତରୀୟ ସୁରକ୍ଷା ବଳୟରେ ଷ୍ଟ୍ରଙ୍ଗରୁମ ମଧ୍ୟରେ ଥିବା ସମସ୍ତ ଇଭିଏମ ଓ ଭିଭିପାଟ ମେସିନ୍‌ ଗୁଡ଼ିକ ଆସନ୍ତାକାଲି କାଉଣ୍ଟିଙ୍ଗ ହଲକୁ ଅଣାଯିବ । ଭୋଟ ଗଣତି ପାଇଁ ୧୪ଟି ଗଣତି ଟେବୁଲ୍ ଓ ପୋଷ୍ଟାଲ ଭୋଟ ପାଇଁ ଗୋଟିଏ ଟେବୁଲ୍ ବ୍ୟବସ୍ଥା କରାଯାଇଛି । ପ୍ରଥମେ ପୋଷ୍ଟାଲ ବାଲାଟ ସକାଳ ୮ଟା ସମୟରେ ଗଣାଯିବ । ଏହାପରେ ୮ଟା ୩୦ରେ ଇଭିଏମ ମେସିନ୍‌ର ଭୋଟ ଗଣନା ଆରମ୍ଭ ହେବ। ଏହା ୨୬ ରାଉଣ୍ଡରେ ସମାପ୍ତ ହେବ । ଭୋଟିଂ ମେସିନର ତଥ୍ୟକୁ ଫର୍ମ ୧୭-ସି ସହିତ ମେଳ କରାଯିବ ।

ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶ ଅନୁଯାୟୀ ପାଞ୍ଚଟି ପୋଲିଂ ସେଣ୍ଟରର ଭିଭିପାଟ ସ୍ଲିପ୍‌ଗୁଡ଼ିକ ଗଣାଯାଇ ଇଭିଏମ ଫଳାଫଳ ସହ ମେଳ କରାଯିବ । ସମସ୍ତ ଗଣନା ପ୍ରକ୍ରିୟା ସିସିଟିଭି ନଜରରେ କରାଯିବ ଓ ଏସବୁର ଭିଡିଓ ରେକର୍ଡିଂ ହେବ ।ଏହାର ତଦାରଖ ପାଇଁ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ, ଜିଲ୍ଲା ନିର୍ବାଚନ ଅଧିକାରୀ ଓ ପୋଲିସ ପ୍ରଶାସନ ଉପସ୍ଥିତ ରହିବେ । ଅନ୍ତିମ ରାଉଣ୍ଡ ଶେଷ ହେବା ପରେ ନିର୍ବାଚନ ଅଧିକାରୀ  ଦ୍ୱାରା ବିଜେତା ପ୍ରାର୍ଥୀଙ୍କ ନାମ ଘୋଷଣା ହେବ ଓ ତାଙ୍କୁ ଜୟ ସନଦ ପ୍ରଦାନ କରାଯିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି