Masthead

ନୂଆପଡ଼ା ଉପନିର୍ବାଚନ, ବୁଥ ମୁହାଁ ପୋଲିଂ ଅଫିସର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ଆସନ୍ତାକାଲି ନୂଆପଡ଼ା ଉପନିର୍ବାଚନ ପାଇଁ ପଡ଼ିବ ଭୋଟ, ନିଜ ନିଜର ମତାଧିକାର ସାବ୍ୟସ୍ତ କରି ନେତା ବାଛିବେ ଜନତା । ଏଥିପାଇଁ ଅନ୍ତିମ ପର୍ଯ୍ୟାୟରେ ପହଁଚିଛି ପ୍ରଶାସନିକ ପ୍ରସ୍ତୁତି । ଶେଷ ହୋଇଛି  ନିର୍ବାଚନୀ ପ୍ରଚାର । ଏବେ ଭିତରେ ଭିତରେ ଜମିବ ଅସଲ ଖେଳ । ଏଣିକି ପ୍ରାର୍ଥୀମାନେ  ବୁଲାବୁଲି ପ୍ରଚାର କରିବା ବନ୍ଦ କରି ଘରେ ବସି ଅଙ୍କ କଷିବା ଆରମ୍ଭ କରିଛନ୍ତି ।

ଆଜି ବିଭିନ୍ନ ମତଦାନ କେନ୍ଦ୍ର ଗୁଡ଼ିକରେ ପହଁଚିବେ ପୁଲିଂ ପାର୍ଟି । ସମ୍ବେଦନଶୀଳ ୮ଟି ବୁଥକୁ ସ୍ବତନ୍ତ୍ର ହେଲିକପ୍ଟରରେ ଯିବାର ବ୍ୟବସ୍ଥା କରାଯାଇଛି । ଇଭିଏମରେ କିପରି ମତଦାନ କରାଇବେ ପୁଲିଂ ଅଧିକାରୀଙ୍କୁ ସେନେଇ ପ୍ରଶିକ୍ଷଣ ଦିଆଯାଇଛି । ମତଦାନ ଦିନ ଅପରାହ୍ନ ୫ଟା ଯାଏଁ ଭୋଟିଂ ପ୍ରକ୍ରିୟା ଜାରି ରହିବ । ସମ୍ବେଦନଶୀଳ ବୁଥରେ ୪ଟା ଯାଏ ହେବ ଭୋଟ୍। ସମ୍ବେଦନଶୀଳ ବୁଥରେ ସଶସ୍ତ୍ର ସୁରକ୍ଷାକର୍ମୀ ସୁରକ୍ଷା ଯୋଗାଇଦେବେ ।

ମଙ୍ଗଳବାର ନୂଆପଡ଼ା ଭୋଟ୍‌ ନେଇ ସବୁ ପ୍ରସ୍ତୁତି  ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି । ମୋଟ୍‌ ୧୪ ପ୍ରାର୍ଥୀଙ୍କ  ଭାଗ୍ୟ ପରୀକ୍ଷା କରିବେ ୨ ଲକ୍ଷ ୫୩ ହଜାର ୬୨୪ ଜଣ  ଭୋଟର୍‌। ମହିଳା ଭୋଟରଙ୍କ ସଂଖ୍ୟା ୧ ଲକ୍ଷ ୨୯ ହଜାର  ୪୯୫ ଓ ପୁରୁଷଙ୍କ ସଂଖ୍ୟା ୧ ଲକ୍ଷ ୨୪ ହଜାର ୧୦୮ ।  ନିର୍ବାଚନ ମଣ୍ଡଳୀରେ ଥିବା ମୋଟ ୩୫୮ଟି ବୁଥ୍‌ ଭିତରୁ  ୪୭ଟି ସମ୍ୱେଦନଶୀଳ ଓ ୮ଟିକୁ ଅତି ସମ୍ୱେଦନଶୀଳ  ବୁଥ୍‌ ଚିହ୍ନଟ କରାଯାଇଛି । ସୁନାବେଡ଼ା ଅଭୟାରଣ୍ୟ ଭିତରେ ଥିବା ମାଓପ୍ରବଣ  ଏହି ୮ଟି ବୁଥ୍‌ ଉପରେ କଡ଼ା ନଜର ରଖାଯାଇଛି ।  ଏହିସବୁ ବୁଥ୍‌କୁ ପୋଲିଂ ପାର୍ଟିଙ୍କୁ ନେବାକୁ ବାୟୁସେନାର  ସ୍ୱତନ୍ତ୍ର ହେଲିକପ୍ଟରର ବ୍ୟବସ୍ଥା କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି