Masthead

କାହାର ହେବ ନୂଆପଡ଼ା ବିଧାନସଭା?

ନୂଆପଡ଼ା (ବଡ଼ ଖବର ବ୍ୟୁରୋ): ଆଜି ବାହାରିବ ନୂଆପଡ଼ା ଉପନିର୍ବାଚନ ଫଳାଫଳ । ସକାଳ ୮ଟାରୁ ଆରମ୍ଭ ହେବ ଭୋଟ୍ ଗଣତି । ୧୪ ଟେବୁଲରେ ୨୬ ରାଉଣ୍ଡ କାଉଣ୍ଟିଂ । ନୂଆପଡ଼ା ନ୍ୟାସନାଲ୍ କଲେଜରେ ସୁରକ୍ଷା କଡ଼ାକଡ଼ି । ଗଣତିକୁ ସମ୍ପୂର୍ଣ୍ଣ ସ୍ବଛ ଓ ପାରଦର୍ଶିତାର ସହ ଶେଷ କରିବା ପାଇଁ ସାମିଲ ହେବାକୁ ଥିବା ଅଧିକାରୀଙ୍କୁ ପ୍ରଶିକ୍ଷଣ ଦିଆଯାଇଛି । ପ୍ରଥମେ ପୋଷ୍ଟାଲ୍‌ ବାଲାଟ୍, ପରେ ଇଭିଏମ୍‌ ଗଣତି ହେବ । ପ୍ରତି ରାଉଣ୍ଡରେ ରେଜଲ୍ଟ ଘୋଷଣା କରାଯିବ । ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଭିତରେ ଭୋଟ୍ ଗଣତି ହେବ । ଗଣତି ପୂର୍ବରୁ ଆଜି ସୁରକ୍ଷା ବ୍ୟବସ୍ଥାର ଅନୁଧ୍ୟାନ କରିଛନ୍ତି ବରିଷ୍ଠ ଅଧିକାରୀ । ଷ୍ଟ୍ରଙ୍ଗରୁମରେ ଥିବା ଇଭିଏମ ଓ ଭିଭିପାଟ୍ ମେସିନର ନିରୀକ୍ଷଣ କରାଯାଇଛି । ପ୍ରତ୍ୟେକ ଟେବୁଲରେ ଜଣେ ଗଣତି ସହକାରୀ ଅଧିକାରୀ, ଗଣତି ସୂପରଭାଇଜର ଏବଂ ମାଇକ୍ରୋ ଅବଜର୍ଭର୍ ନିୟୋଜିତ ରହିବେ । ନୂଆପଡା ଉପନିର୍ବାଚନ ଫଳାଫଳ ରାଜନୈତିକ ଦୃଷ୍ଟିକୋଣରୁ ସବୁ ଦଳ ପାଇଁ ଗୁରୁତ୍ବପୂର୍ଣ୍ଣ ହୋଇଥିବାରୁ ତେଜିଛି ରାଜନୀତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା