Masthead

ନୂଆପଡ଼ା ଉପନିର୍ବାଚନ, ପ୍ରାର୍ଥିପତ୍ର ଦାଖଲ କରିବେ ଜୟ ଓ ଘାସିରାମ

ନୂଆପଡ଼ା (ବଡ଼ ଖବର ବ୍ୟୁରୋ): ନୂଆପଡାରେ ହାଇ ଭୋଲଟେଜ୍ ନାମାଙ୍କନ । ଆଜି ପ୍ରାର୍ଥିପତ୍ର ଦାଖଲ କରିବେ ଜୟ ଓ ଘାସିରାମ । ନୂଆପଡ଼ା ଉପନିର୍ବାଚନ ପାଇଁ ପ୍ରାର୍ଥିପତ୍ର ଦାଖଲ କରିବେ ବିଜେପି ଓ କଂଗ୍ରେସ । ଗତ ୧୧ ତାରିଖରେ ବିଜେପିରେ ସାମିଲ ହୋଇଥିଲେ ଜୟ ଢୋଲକିଆ । କଂଗ୍ରେସ ପ୍ରାର୍ଥୀ ଘାସିରାମ ମାଝୀ ମଧ୍ୟ ଆଜି ନାମାଙ୍କନ ଭରିବେ । ରାଜେନ୍ଦ୍ର ଢୋଲକିଆଙ୍କ ପରଲୋକ ପରେ ନୂଆପଡ଼ାରେ ଉପନିର୍ବାଚନ । ନଭେମ୍ବର ୧୧ରେ ନୂଆପଡ଼ା ବିଧାନସଭା ଆସନ ପାଇଁ ଭୋଟ ଗ୍ରହଣ ।
ଆଜି ବିଜେପି ପ୍ରାର୍ଥୀ ଜୟ ଢୋଲକିଆ ନାମାଙ୍କନ ଦାଖଲ କରିବେ।

ଏହାପରେ ବିଶାଳ ଶୋଭାଯାତ୍ରାରେ ଯାଇ ଜିଲ୍ଲାପାଳଙ୍କ କାର୍ୟ୍ୟାଳୟରେ ନାମାଙ୍କନ ଭରିବେ । ଏଥିପାଇଁ ବିଜେପି ଏକ ମେଗା ସୋ ଆୟୋଜନ କରିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ, ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂହ ତୋମାର, ସହପ୍ରଭାରୀ ଲତା ଉସେଣ୍ଡି, ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓଙ୍କ ସମେତ ମନ୍ତ୍ରୀ, ସାଂସଦ, ବିଧାୟକ ଓ ଦଳର ପଦାଧିକାରୀମାନେ ସାମିଲ ହେବେ।ସେହିପରି କଂଗ୍ରେସ ପ୍ରାର୍ଥୀ ଘାସିରାମ ମାଝୀ ମଧ୍ୟ ପ୍ରାର୍ଥୀପତ୍ର ଦାଖଲ କରିବେ। ଏଥିପାଇଁ କଂଗ୍ରେସ ବିଶାଳ ଶୋଭାଯାତ୍ରା ଆୟୋଜନରେ ଲାଗିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା