Masthead

ନୂଆପଡ଼ା ଉପନିର୍ବାଚନ, ପ୍ରାର୍ଥିପତ୍ର ଦାଖଲ କରିବେ ଜୟ ଓ ଘାସିରାମ

ନୂଆପଡ଼ା (ବଡ଼ ଖବର ବ୍ୟୁରୋ): ନୂଆପଡାରେ ହାଇ ଭୋଲଟେଜ୍ ନାମାଙ୍କନ । ଆଜି ପ୍ରାର୍ଥିପତ୍ର ଦାଖଲ କରିବେ ଜୟ ଓ ଘାସିରାମ । ନୂଆପଡ଼ା ଉପନିର୍ବାଚନ ପାଇଁ ପ୍ରାର୍ଥିପତ୍ର ଦାଖଲ କରିବେ ବିଜେପି ଓ କଂଗ୍ରେସ । ଗତ ୧୧ ତାରିଖରେ ବିଜେପିରେ ସାମିଲ ହୋଇଥିଲେ ଜୟ ଢୋଲକିଆ । କଂଗ୍ରେସ ପ୍ରାର୍ଥୀ ଘାସିରାମ ମାଝୀ ମଧ୍ୟ ଆଜି ନାମାଙ୍କନ ଭରିବେ । ରାଜେନ୍ଦ୍ର ଢୋଲକିଆଙ୍କ ପରଲୋକ ପରେ ନୂଆପଡ଼ାରେ ଉପନିର୍ବାଚନ । ନଭେମ୍ବର ୧୧ରେ ନୂଆପଡ଼ା ବିଧାନସଭା ଆସନ ପାଇଁ ଭୋଟ ଗ୍ରହଣ ।
ଆଜି ବିଜେପି ପ୍ରାର୍ଥୀ ଜୟ ଢୋଲକିଆ ନାମାଙ୍କନ ଦାଖଲ କରିବେ।

ଏହାପରେ ବିଶାଳ ଶୋଭାଯାତ୍ରାରେ ଯାଇ ଜିଲ୍ଲାପାଳଙ୍କ କାର୍ୟ୍ୟାଳୟରେ ନାମାଙ୍କନ ଭରିବେ । ଏଥିପାଇଁ ବିଜେପି ଏକ ମେଗା ସୋ ଆୟୋଜନ କରିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ, ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂହ ତୋମାର, ସହପ୍ରଭାରୀ ଲତା ଉସେଣ୍ଡି, ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓଙ୍କ ସମେତ ମନ୍ତ୍ରୀ, ସାଂସଦ, ବିଧାୟକ ଓ ଦଳର ପଦାଧିକାରୀମାନେ ସାମିଲ ହେବେ।ସେହିପରି କଂଗ୍ରେସ ପ୍ରାର୍ଥୀ ଘାସିରାମ ମାଝୀ ମଧ୍ୟ ପ୍ରାର୍ଥୀପତ୍ର ଦାଖଲ କରିବେ। ଏଥିପାଇଁ କଂଗ୍ରେସ ବିଶାଳ ଶୋଭାଯାତ୍ରା ଆୟୋଜନରେ ଲାଗିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ