Masthead

ହରିୟାଣା ହିଂସାକାଣ୍ଡ, ମହିଳା ବିଚାରପତିଙ୍କ ଗାଡ଼ି ଜାଳିଦେଲେ ଦୁର୍ବୃତ୍ତ

ହରିୟାଣା (ବଡ଼ ଖବର ବ୍ୟୁରୋ):  ହରିୟାଣାର ନୁହ ଜିଲ୍ଲା ନନ୍ଦ ଗାଁ ନିକଟରେ ବିଶ୍ୱ ହିନ୍ଦୁ ପରିଷଦ କର୍ମୀମାନେ ଏକ ଶୋଭାଯାତ୍ରା ବାହାର କରିଥିବାବେଳେ ଗୋଷ୍ଠୀସଂଘର୍ଷରୁ ହିଂସାକାଣ୍ଡ ଘଟିଛି। ଉତ୍ତ୍ୟକ୍ତ ଲୋକଙ୍କ ଗୁଳିରେ ୨ଜଣ ହୋମଗାର୍ଡଙ୍କ ମୃତ୍ୟୁ ଘଟିଥିବାବେଳେ ହିଂସା ରୋକିବା ପାଇଁ ନିୟୋଜିତ ଥିବା ଅନେକ ପୋଲିସ କର୍ମଚାରୀ ଆହତ ହୋଇଛନ୍ତି। ଏହି ହିଂସାରେ ୧୦ଜଣ ପୋଲିସ କର୍ମଚାରୀଙ୍କ ସମେତ ୬୦ରୁ ଅଧିକ ଲୋକ ଆହତ ହୋଇଛନ୍ତି। ୭୦ରୁ ଅଧିକ ଲୋକଙ୍କୁ ଅଟକ ରଖାଯାଇଛି। ଆଖପାଖ ସହରଗୁଡିକରେ ୧୪୪ ଧାରା ବଳବତ୍ତର ରହିଛି ।

ସୋହନା, ଗୁରୁଗ୍ରାମ, ପାଲୱାଲ ଏବଂ ଅନ୍ୟାନ୍ୟ ସ୍ଥାନରେ ଘଟିଥିବା ହିଂସା ଏବଂ ଦଙ୍ଗା ସଂପର୍କରେ ନୁହ ବ୍ୟତୀତ ମୋଟ ୪୪ଟି ଏଫଆଇଆର୍‌ ପଞ୍ଜିକୃତ ହୋଇଛି। ଏହାରି ଭିତରେ ହିଂସାକାଣ୍ଡକୁ ନେଇ ଥାନାରେ ଏଫଆଇଆର ପଞ୍ଜିକୃତ ହୋଇଛି । ତାଙ୍କ ଗାଡ଼ିରେ ନିଆଁ ଲଗାଇ ଦେଇଥିବା ଅଭିଯୋଗ ହୋଇଛି। ତେବେ ବିଚାରପତି ଏବଂ ତାଙ୍କର ତିନି ବର୍ଷର ଝିଅ ଅଳ୍ପକେ ବର୍ତ୍ତି ଯାଇଛନ୍ତି ବୋଲି ଥାନାରେ ରୁଜୁ ହୋଇଥିବା ଏକ ମାମଲାରୁ ଜଣାପଡ଼ିଛି।

ମଙ୍ଗଳବାର ନୁହ ନଗର ପୋଲିସ ଷ୍ଟେସନରେ ଦିଆଯାଇଥିବା ଏତଲା ଅନୁସାରେ, ସୋମବାର ସ୍ଥାନୀୟ ଅଞ୍ଚଳରେ ସାମ୍ପ୍ରଦାୟିକ ହିଂସାରେ ଅତିରିକ୍ତ ମୁଖ୍ୟ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ ଅଞ୍ଚଳି ଜୈନଙ୍କ କାର୍ ଉପରକୁ ଆକ୍ରମଣ କରିଥିଲେ ବିକ୍ଷୋଭକାରୀ। କାର ଭିତରେ ସେ ଏବଂ ତାଙ୍କ ୩ ବର୍ଷର ଝିଅ ଥିବାବେଳେ ଗୁଳିମାଡ଼ ହୋଇଥିଲା। ଉଭୟ କୌଶଳକ୍ରମେ ନିକଟରେ ଥିବା ଏକ ବସ୍ ଷ୍ଟାଣ୍ଡରେ ଲୁଚି ଯାଇଥିଲେ। ପରବର୍ତ୍ତୀ ସମୟରେ କିଛି ଆଇନଜୀବୀମାନେ ଆସି ତାଙ୍କୁ ଉଦ୍ଧାର କରିଥିଲେ। ଏନେଇ ନୁହ ଥାନାରେ ଏକ ମାମଲା ରୁଜୁ କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି