Masthead

ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା, ସମୂହ ଛୁଟି ନିଷ୍ପତ୍ତି ସ୍ଥଗିତ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣାକୁ ନିନ୍ଦା କରି ଆଜିଠୁ ସାମୂହିକ ଛୁଟିରେ ରହିବାକୁ ନିଷ୍ପତ୍ତି ନେଇଥିବା ଓଏଏସ ସଂଘ ଏହାକୁ ସ୍ଥଗିତ ରଖିଛି । ଗତକାଲି ରାତି ପ୍ରାୟ ୧୧ଟା ବେଳେ ପ୍ରାୟ ଘଣ୍ଟାଏରୁ ଅଧିକ ସମୟ ଧରି ସଂଘ ସଦସ୍ୟଙ୍କ ସହ ଆଲୋଚନା କରିଥିଲେ ନିଜେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସାଙ୍ଗରେ ମୁଖ୍ୟ ଶାସନ ସଚିବ, ଡିଜିପି ଏବଂ ଟୁଇନ୍ ସିଟି ପୋଲିସ କମିଶନର ମଧ୍ୟ ଉପସ୍ଥିତ ରହିଥିଲେ ।

ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ କ୍ରମେ ଆଜିଠୁ ଆନ୍ଦୋଳନ କରିବାକୁ ଚେତାବନୀ ଦେଇଥିବା ସଂଘ ଏଥିରୁ ବିରତ ରହିଛି । ଦୋଷୀ ଯେତେ ପ୍ରଭାବଶାଳୀ ହୋଇଥାଆନ୍ତୁ ନା, କାହିଁକି ତାଙ୍କୁ କଠୋର ଦଣ୍ଡ ଦିଆଯିବ । ଓଏଏସ୍‌ ଅଧିକାରୀଙ୍କୁ ଆକ୍ରମଣକାରୀ ଓ ଏହା ପଛରେ ଯେଉଁମାନେ ବି ରହିଛନ୍ତି ସମସ୍ତଙ୍କୁ ଜେଲ୍‌ରେ ପୂରାଇବୁ । ଆଇନ ଅନୁସାରେ କଡ଼ା କାର୍ୟ୍ୟାନୁଷ୍ଠାନ ନେବୁ, କାହାକୁ ଛାଡ଼ିବୁନି । ବିଏମ୍‌ସି ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କୁ ଆକ୍ରମଣ ଘଟଣାରେ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌) ସଂଘର ପ୍ରତିନିଧି ଦଳକୁ ଏଭଳି ଆଶ୍ୱାସନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।

ସୋମବାର ରାତି ପ୍ରାୟ ୧୧ଟାରେ ଓଏଏସ୍‌ ସଂଘର ପ୍ରତିନିଧି ଦଳ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ, ଏହି ଘଟଣାରେ ପୁଲିସ ତ୍ୱରିତ୍‌ କାର୍ୟ୍ୟାନୁଷ୍ଠାନ ନେଇ ୩ଜଣଙ୍କୁ ଗିରଫ କରିଛି । ଅନ୍ୟ ଅଭିଯୁକ୍ତଙ୍କୁ ଗିରଫ ପାଇଁ ଖୋଜା ଚାଲିଛି । ଓଏଏସ୍‌ମାନେ ମଙ୍ଗଳବାରଠାରୁ ସମୂହ ଛୁଟିରେ ଯିବାକୁ ନିଷ୍ପତ୍ତି ନେଇଥିଲେ । ଏ ସମ୍ପର୍କରେ ଅବଗତ ହେବା ପରେ ମୁଖ୍ୟମନ୍ତ୍ରୀ ଛୁଟିରେ ନ ଯିବାକୁ ଅନୁରୋଧ କରିଛନ୍ତି । ମୋ ଉପରେ ଆସ୍ଥା ରଖନ୍ତୁ । ମୁଁ ନିଶ୍ଚୟ ପଦକ୍ଷେପ ନେବି ବୋଲି ସଂଘକୁ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ