Masthead

କର୍ଣ୍ଣାଟକରେ ଶପଥ ଗ୍ରହଣ, ବିରୋଧୀଙ୍କ ଏକତା ପଦର୍ଶନ

କର୍ଣ୍ଣାଟକ (ବଡ଼ ଖବର ବ୍ୟୁରୋ): କର୍ଣ୍ଣାଟକରେ କଂଗ୍ରେସ ରାଜ, ସିଦ୍ଦରମେୟା ମୁଖ୍ୟମନ୍ତ୍ରୀ । କାନ୍ତିରବା ଷ୍ଟାଡିୟମରେ ଶପଥ ନେଲେ ସିଦ୍ଦରମୈୟାଙ୍କ ସହ ଅନ୍ୟ ମନ୍ତ୍ରୀ । ସିଦ୍ଦରମେୟା ହେଲେ ରାଜ୍ୟର ନୂଆ ମୁଖ୍ୟମନ୍ତ୍ରୀ । ସିଦ୍ଦରମୈୟାଙ୍କୁ ଶପଥ ପାଠ କରାଇଲେ ରାଜ୍ୟପାଳ । ଦ୍ବିତୀୟ ଥର ଲାଗି ମୁଖ୍ୟମନ୍ତ୍ରୀ ହୋଇଛନ୍ତି ସିଦ୍ଧରମୈୟା । ଆଜିର ଶପଥ ଗ୍ରହଣ ସମାରୋହରେ କଂଗ୍ରେସର ବିଭିନ୍ନ ନେତାଙ୍କ ସହ ପ୍ରମୁଖ ବିରୋଧୀ ଦଳ ନେତାମାନଙ୍କୁ ଦେଖିବାକୁ ମିଳିଛି ।

ଏହି ଶପଥ ଗ୍ରହଣ ଉତ୍ସବ କଂଗ୍ରେସ ପାଇଁ ଯେତିକି ମହତ୍ୱପୂର୍ଣ୍ଣ ନୁହେଁ ବରଂ ତା ଠାରୁ ଅଧିକ ମହତ୍ୱପୂର୍ଣ୍ଣ ହେଉଛି ମଞ୍ଚରେ ଉପସ୍ଥିତ ଥିବା ବିରୋଧୀ ଏକତାକୁ ନେଇ । ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ବିଜେପି ବିରୋଧରେ ମେଣ୍ଟବାନ୍ଧିବାକୁ ବସିଥିବା ପ୍ରାୟ ଅନେକ ରାଜନୈତିକ ଦଳର ନେତା ଏହି ମଞ୍ଚରେ ଉପସ୍ଥିତ ରହିଥିଲେ । କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖଡଗେ, କଂଗ୍ରେସ ନେତା ରାହୁଲ ଗାନ୍ଧୀ, ପ୍ରିୟଙ୍କା ଭଦ୍ରାଙ୍କ ସହ କଂଗ୍ରେସ ଶାସିତ ରାଜ୍ୟ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଭୂପେଶ ବାଘେଲ, ହିମାଚଳ ପ୍ରଦେଶ ମୁଖ୍ୟମନ୍ତ୍ରୀ ସୁଖବିନ୍ଦର ସିଂ ସୁଖୁ ପ୍ରମୁଖ ଉପସ୍ଥିତ ଥିଲେ ।

ସେହିପରି ବିହାର ମୁଖ୍ୟମନ୍ତ୍ରୀ ତଥା ଜେଡିୟୁ ମୁଖ୍ୟ ନୀତୀଶ କୁମାର, ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ୍.କେ. ଷ୍ଟାଲିନଙ୍କ ସହ ଏନସିପି ମୁଖ୍ୟ ଶରଦ ପାୱାର, ନ୍ୟାଶନାଲ କନଫେରେନ୍ସ ସଭାପତି ଫାରୁକ ଅବଦୁଲ୍ଲା, ପିଡିପି ନେତ୍ରୀ ମେହବୁବା ମୁଫତି, ଆରଜେଡି ନେତା ତେଜସ୍ୱୀ ଯାଦବ, ସିପିଆଇ ନେତା ଡି.ରାଜା, ଅଭିନେତାରୁ ନେତା ପାଲଟିଥିବା କମଲ ହାସନ ପ୍ରମୁଖଙ୍କୁ ଦେଖିବାକୁ ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା