Masthead

ଆରେଷ୍ଟ ହେଲେ ଫିଲ୍ମ ପ୍ରଯୋଜକ ଟୁଟୁ ନାୟକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଟୁଟୁ ନାୟକ ଗିରଫ । ଆରେଷ୍ଟ ହେଲେ ଫିଲ୍ମ ପ୍ରଯୋଜକ ଟୁଟୁ ନାୟକ । ମହିଳା ସାମ୍ବାଦିକାଙ୍କୁ ମାଡ଼ ମାରିବା ଅଭିଯୋଗରେ ଖାରବେଳ ନଗର ଥାନା ପୋଲିସ ତାଙ୍କୁ ଗିରଫ କରିଛି । ପୋଲିସର ଏକ ସ୍ୱତନ୍ତ୍ର ଟିମ ତାଙ୍କୁ ପଚରାଉଚରା କରିଥିଲେ । ଏନେଇ ଭୁବନେଶ୍ୱର ଜୋନ-୪ ଏସିପି ମାନସ ଗଡ଼ନାୟକ ସୂଚନା ଦେଇଛନ୍ତି । ଟୁଟୁଙ୍କ ବିରୋଧରେ ଲାଗିଛି ସଙ୍ଗୀନ ଦଫା । ୩୫୪, ୨୯୪, ୩୪୧, ୩୨୩ ଦଫାରେ ତାଙ୍କୁ ଗିରଫ କରାଯାଇଛି ।

ଟୁଟୁଙ୍କୁ ଗିରଫ କରିବା ନେଇ ଡିସିପିଙ୍କୁ ଭେଟିଥିଲା ମହିଳା ସାମ୍ବାଦିକ ସଂଘ । ସେପଟେ ଟୁଟୁ ନାୟକଙ୍କ ବିରୋଧରେ ନିଜ ଆଡୁ ମାମଲା ରୁଜୁ କରିଛନ୍ତି ମହିଳା କମିଶନ । ଘଟଣା ସଂପର୍କରେ ପୋଲିସ କମିଶନରଙ୍କୁ ରିପୋର୍ଟ ତଲବ କରିଛନ୍ତି । ୧୫ ଦିନ ମଧ୍ୟରେ ତଦନ୍ତ ରିପୋର୍ଟ ଦେବାକୁ ନିଦେ୍ର୍ଦଶ ଦିଆଯାଇଛି । ଗତକାଲି ମହିଳା ସାମ୍ବାଦିକା ଦେବସ୍ମିତା ରାଉତଙ୍କୁ ମାଡ଼ ମାରିବା ନେଇ ଟୁଟୁଙ୍କ ନାମରେ ଖାରବେଳ ଥାନାରେ ଏଫଆଇଆର ଦିଆଯାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ