ଏସିଆନ କମ୍ବାର୍ଟ ରେସଲିଂ ଚାମ୍ପିଅନସିପରେ ଚମକିଲେ ଓଡ଼ିଆ ଝିଅ ପିଙ୍କି

ପୁରୀ(ବଡ଼ ଖବର ବ୍ୟୁରୋ): ନେପାଳ ରାଜଧାନୀ କାଠମାଣ୍ଡୁ ଠାରେ ଆୟୋଜିତ ସାଉଥ୍ ଏସିଆନ୍ କମ୍ଵାର୍ଟ ରେସଲିଂ ଚାମ୍ପିଅନସିପରେ ସ୍ଵର୍ଣ୍ଣ ପଦକ ଜିଣି ଓଡ଼ିଶା ତଥା ଭାରତ ପାଇଁ ଗର୍ବ ଆଣିଛନ୍ତି ପୁରୀ ଝିଅ ପିଙ୍କି ନାୟକ । ପୁରୀ ଜିଲ୍ଲା ବ୍ରହ୍ମଗିରି ନିର୍ବାଚନମଣ୍ଡଳୀ ଅନ୍ତର୍ଗତ କେରାଣ୍ଡିପୁର ଗୌଡ ସାହିର ବାବୁଲି ନାୟକ ଓ ସୁଲୋଚନା ନାୟକଙ୍କ ଝିଅ ପିଙ୍କି ଉଭୟ ରାଜ୍ୟ ଓ ଜାତୀୟ ସ୍ତରରେ ନିଜର କ୍ରୀଡା ନୈପୁଣ୍ୟତା ପ୍ରତିପାଦିତ କରିଛନ୍ତି।

ପିଙ୍କିଙ୍କ ସ୍ଵପ୍ନ ଥିଲା ସେ ଦିନେ ଓଡ଼ିଶା ପାଇଁ ଖେଳିବେ ଏବଂ ଜାତୀୟ ସ୍ତରରେ ନିଜ ରାଜ୍ୟକୁ ପ୍ରତିନିଧିତ୍ଵ କରିବେ । ଏବେ ସେ ସ୍ଵପ୍ନ ସାକାର ହେବା ସହ ଆନ୍ତର୍ଜାତୀୟ ସ୍ତରରେ ସ୍ଵର୍ଣ୍ଣ ପଦକ ଜିତିବା ପରେ ତାଙ୍କର ପରବର୍ତ୍ତୀ ଲକ୍ଷ୍ୟ ହେଉଛି ଅଲମ୍ପିକରେ ଦେଶକୁ ପ୍ରତିନିଧିତ୍ଵ କରିବା । ପିଙ୍କିଙ୍କ ଏହି ସଫଳତା ପରେ ତାଙ୍କୁ ବିଭିନ୍ନ ମହଲରୁ ଶୁଭେଚ୍ଛାର ସୁଅ ଛୁଟିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ