ପ୍ରଧାନମନ୍ତ୍ରୀଙ୍କ “ମନ କି ବାତ”ରେ ଓଡ଼ିଆ ବୈଜ୍ଞାନିକ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ଆଜି ୯୯ତମ ‘ମନ୍‌ କୀ ବାତ୍‌’ରେ ଭାରତର ନାରୀ ଶକ୍ତିକୁ ପ୍ରଶଂସା କରିଛନ୍ତି ପ୍ରଧାନମନ୍ତ୍ରୀ । ସବୁ କ୍ଷେତ୍ରରେ ନେତୃତ୍ବ ଗ୍ରହଣ କରୁଛି ବୋଲି ଆଜି ମାସିକ ବେତାର କାର୍ଯ୍ୟକ୍ରମ ‘ମନ୍‌ କୀ ବାତ୍‌’ର ୯୯ତମ ସଂସ୍କରଣରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିବା ବେଳେ ଓଡ଼ିଆ ବୈଜ୍ଞାନିକା ଜ୍ୟୋର୍ତିମୟୀ ମହାନ୍ତିଙ୍କ ସଫଳତା କଥା ଉଲ୍ଲେଖ କରିଛନ୍ତି। ଆଜି ଏକ ନୂତନ ଦୃଷ୍ଟିକୋଣ‌ ନେଇ ଆବିର୍ଭାବ ହେଉଥିବା ଭାରତର ଭବିଷ୍ୟତ କ୍ଷେତ୍ରରେ ମହିଳା ଶକ୍ତିର ଗୁରୁତ୍ବପୂର୍ଣ୍ଣ ଭୂମିକା ରହିଛି କହି ‘କେମିଷ୍ଟ୍ରି’ ଏବଂ ‘କେମିକାଲ୍‌ ଇଞ୍ଜିନିୟରିଙ୍ଗ୍‌’ କ୍ଷେତ୍ରରେ ‘ଭାବା ଆଟୋମିକ୍‌ ରିସର୍ଚ ସେଣ୍ଟର୍‌’ର ମହିଳା ବୈଜ୍ଞାନିକ ଜ୍ୟୋର୍ତିମୟୀ ମହାନ୍ତିଙ୍କ ‘ଆଇୟୁପିଏସି’ର ବିଶେଷ ପୁରସ୍କାର ପାଇଥିବା ଉଲ୍ଲେଖ କରିଛନ୍ତି।

ଏହା ଦେଶ ପାଇଁ ଗୌରବ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି। ସେ ଆହୁରି ମଧ୍ୟ କହିଛନ୍ତି, ପ୍ରଯୋଜକ ଗୁନୀତ୍‌ ମୋଙ୍ଗା ଏବଂ ନିଦେ୍ର୍ଦଶିକା କାର୍ତିକୀ ଗନ୍‌ସାଲ୍‌ବେସ୍‌ ପ୍ରାମାଣିକ ଚଳଚ୍ଚିତ୍ର ‘ଦି ଏଲିଫ୍ୟାଣ୍ଟ୍‌ ୱିସ୍‌ସ୍ପର୍‌ସ୍‌’ ପାଇଁ ‘ଓସ୍କାର୍‌’ ଜିଣି ଦେଶକୁ ଗୌରବାନ୍ବିତ କରିଛନ୍ତି। ଚଳିତ ବର୍ଷ ପ୍ରାରମ୍ଭରେ ଭାରତର ୧୯ ବର୍ଷରୁ କମ୍‌ ମହିଳା କ୍ରିକେଟ୍‌ ଟିମ୍‌ ‘ଟି-୨୦ ବିଶ୍ବକପ୍‌’ ବିଜୟୀ ହୋଇ ଇତିହାସ ସୃଷ୍ଟି କରିଛନ୍ତି ବୋଲି ମୋଦି କହିଛନ୍ତି। ନାଗାଲାଣ୍ଡ୍‌ରେ ୭୫ ବର୍ଷ ମଧ୍ୟରେ ପ୍ରଥମ ଥର ପାଇଁ ନିର୍ବାଚନରେ ବିଜୟୀ ହୋଇ ୨ଜଣ ମହିଳା ବିଧାୟିକା ବିଧାନସଭାରେ ପହଞ୍ଚି ପାରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’