Masthead

ହାଇଦ୍ରାବାଦ ଆଇଆଇଟିରେ ଓଡିଆ ଛାତ୍ରୀଙ୍କ ମୃତ୍ୟୁ

ସୋନପୁର(ବଡ଼ ଖବର ବ୍ୟୁରୋ): ଆଇଆଇଟି ହାଇଦ୍ରାବାଦରେ ଓଡ଼ିଆ ଛାତ୍ରୀଙ୍କ ଆତ୍ମହତ୍ୟା । ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ । ମୃତ ଛାତ୍ରୀ ହେଉଛନ୍ତି ମମିତା ନାୟକ । ତାଙ୍କ ଘର ସୁବର୍ଣ୍ଣପୁର ଜିଲ୍ଲା ସୁବଳିଆ ଥାନା ଡୁମୁରି ଗାଁରେ । ମମିତାଙ୍କ ବୟସ ୨୧ ବର୍ଷ । ମମିତା ଜୁଲାଇ ୨୬ ତାରିଖରେ ତେଲେଙ୍ଗାନା ସଙ୍ଗାରେଡ୍ଡିଠାରେ ଥିବା ଆଇଆଇଟି ହାଇଦ୍ରାବାଦରେ ଏମଟେକରେ ନାମ ଲେଖାଇଥିଲେ ।

ମମିତା ଆତ୍ମହତ୍ୟା କରିଥିବା କଲେଜ କତ୍ତୃପକ୍ଷ ପୋଲିସକୁ ଖବର ଦେଇଥିଲେ । ପୋଲିସ ଘଟଣା ସ୍ଥଳରେ ପହଂଚି ତଦନ୍ତ କରିବା ସହ ଏକ ସୁଇସାଇଡ ନୋଟ ଜବତ କରିଥିଲା । ପାଠପଢାର ବୋଝ ଏବଂ ଆର୍ଥିକ ଅବସ୍ଥା ପାଇଁ ଆତ୍ମହତ୍ୟା କରିଥିବା ସୁଇସାଇଡ ନୋଟରେ ଉଲ୍ଲେଖ ଅଛି ।

ତେବେ ଛାତ୍ରୀ ଜଣକଙ୍କ ମୃତ୍ୟୁର କାରଣ ଅସ୍ପଷ୍ଟ ଥିବା ବେଳେ ମମିତାଙ୍କ ପରିବାର ଲୋକେ ର‌୍ୟାଗିଂ କରି ମାରିଦେଇଥିବା ଅଭିଯୋଗ କରିଛନ୍ତି । ମାତ୍ର ୧୦ ଦିନରେ ଛାତ୍ରୀ ଜଣକ କାହିଁକି ଆତ୍ମହତ୍ୟା କଲେ ତାହା ଜଣାପଡିନାହିଁ । ଆଜି ସନ୍ଧ୍ୟା ପର‌୍ୟ୍ୟନ୍ତ ମମିତାଙ୍କ ମୃତ ଦେହ ଗାଁ ରେ ପହଞ୍ଚିବ ବୋଲି ଜଣା ପଡ଼ିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ