ଅର୍ଥ କମିଶନଙ୍କୁ ଓଡ଼ିଶା ମାଗିଲା ୧୨ଲକ୍ଷ କୋଟି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଷୋଡ଼ଶ ଅର୍ଥ କମିଶନଙ୍କ ସହ ରାଜ୍ୟ ସରକାରଙ୍କ ବୈଠକ । ବୈଠକ ପରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସୂଚନା । କମିଶନଙ୍କ ନିକଟରେ ୧୨ଲକ୍ଷ ୫୯ହଜାର ୧୪୮କୋଟିର ଦାବି କରାଯାଇଛି । ହସ୍ତାନ୍ତର ପୂର୍ବରୁ ରାଜସ୍ୱ ନିଅଣ୍ଟ ବାବଦକୁ ୯ଲକ୍ଷ ୮୮ହଜାର ୪୨୨ କୋଟି ଦାବି କରିଛି ରାଜ୍ୟ । ରାଜ୍ୟର ନିର୍ଦ୍ଦିଷ୍ଟ ଆବଶ୍ୟକତା ବାବଦରେ ୧ଲକ୍ଷ ୧୦ହଜାର ୪୩୪ କୋଟି, ସହରାଞ୍ଚଳ ବିକାଶ ପାଇଁ ୧ଲକ୍ଷ ୩୬ କୋଟି, ଏସଡିଆରଏଫ ପାଇଁ ୩୧ହଜାର ୪କୋଟି, ଏସଡିଏମଏଫ ପାଣ୍ଠି ପାଇଁ ୨୯ହଜାର ୨୫୨ କୋଟି ଦାବି କରିଛନ୍ତି ମୁଖ୍ୟମନ୍ତ୍ରୀ । ସେପଟେ ସ୍ୱାସ୍ଥ୍ୟ, ଜଳ ଯୋଗାଣ, ପରିମଳ ଉପରେ ମଧ୍ୟ ପ୍ରସ୍ତାବ ଦିଆଯାଇଛି । ଆଗାମୀ ୫ ବର୍ଷ ପାଇଁ କମିଶନଙ୍କ ନିକଟରେ ଦାବି ରଖାଯାଇଛି ।

ଏସଡିଆରଏଫରେ ଶତ ପ୍ରତିଶତ କେନ୍ଦ୍ର ଦେବାକୁ ଦାବି ରଖିଥିବା କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏସଡିଆରଏଫରେ କେନ୍ଦ୍ର ୭୫% ଓ ରାଜ୍ୟ ୨୫% ଦେଇଥାଏ । ଅଧିକାଂଶ ସମୟରେ ଓଡ଼ିଶାକୁ ପ୍ରାକୃତିକ ବିପର୍ଯ୍ୟୟ ଆସୁଥିବାରୁ ଶତ ପ୍ରତିଶତ ଦାବି କରାଯାଇଛି । କେନ୍ଦ୍ର ସରକାରଙ୍କ ଟିକସରେ ରାଜ୍ୟକୁ ୪୧% ଦିଆଯାଉଛି । ୪୧ରୁ ୫୦ ପ୍ରତିଶତ କିପରି ବୃଦ୍ଧି ପାଇବ ପ୍ରସ୍ତାବ ରଖିଛୁ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ସହରୀକରଣ, କୃଷି ଓ ଗ୍ରାମ୍ୟ ଉନ୍ନୟନ ଉପରେ ଫୋକସ୍ ଦିଆଯାଇଛି । ଏମଏସଏମଇ, ଦକ୍ଷତା ବିକାଶ, ବନ୍ଦର ଆଧାରିତ ଅର୍ଥନୀତି ଉପରେ ଗୁରୁତ୍ୱ ଦିଆଯାଇଛି । ରାଜ୍ୟର ୪ କୋଟି ୭୦ ଲକ୍ଷ ଲୋକଙ୍କୁ ଆଧାର କରି ସମୃଦ୍ଧ ଓଡ଼ିଶା ଗଠନ ପାଇଁ ଲକ୍ଷ୍ୟ ରଖାଯାଇଛି । ଖାଲି ସେତିକି ନୁହେଁ ଭାରତର ଶ୍ରେଷ୍ଠ ବିକଶିତ ୫ ରାଜ୍ୟ ଭିତରେ ରହିବା ପାଇଁ ଲକ୍ଷ୍ୟ ରଖାଯାଇଥିବା କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ