ବଜେଟ ଅଧିବେଶନର ଦ୍ୱିତୀୟ ଦିନ, ସରଗରମ ରହିବ ଗୃହ

ଭୁବନେଶ୍ୱର( ବଡ଼ ଖବର ବ୍ୟୁରୋ): ବଜେଟ ଅଧିବେଶନର ଆଜି ହେଉଛି ଦ୍ବିତୀୟ ଦିନ । ଆଜି ବିଦ୍ୟାଳୟ ଓ ଗଣଶିକ୍ଷା, ଉଚ୍ଚଶିକ୍ଷା, ଶିଳ୍ପ, ଅନୁସୂଚିତ ଜାତି ଓ ଜନଜାତି ସଂଖ୍ୟାଲଘୁ ସମ୍ପ୍ରଦାୟ ଓ ପଛୁଆ ବର୍ଗ, କ୍ରୀଡା ଓ ଯୁବ କଲ୍ୟାଣ, ଦକ୍ଷତା ବିକାଶ-ବୈଷୟିକ ଶିକ୍ଷା, ଓଡ଼ିଆ ଭାଷା, ସଂସ୍କୃତି ଓ ସାହିତ୍ୟର ସୁରକ୍ଷା ଏବଂ ଭିନ୍ନକ୍ଷମ ସଶକ୍ତି କରଣ ବିଭାଗର ରହିଛି ପ୍ରଶ୍ନକାଳ । ଶୂନ୍ୟ କାଳରେ ବିପର୍ୟ୍ୟସ୍ତ ଆଇନ ଶୃଙ୍ଖଳା ପରିସ୍ଥିତି, ରାସନ କାର୍ଡ ଅବ୍ୟବସ୍ଥା, କୋଟିଆ ପରି ବହୁ ଗୁରୁତ୍ବପୂର୍ଣ୍ଣ ପ୍ରସଙ୍ଗ ଗୃହରେ ଉଠିପାରେ । ସେହିପରି ବିରୋଧୀ କଂଗ୍ରେସ ପକ୍ଷରୁ ଧାନର କଟନି ଛଟନି ଓ ମଣ୍ଡି ଅବ୍ୟବସ୍ଥାକୁ ନେଇ ମୁଲତବି ପ୍ରସ୍ତାବ ଦିଆଯାଇଛି । ଏହାପରେ ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଆଲୋଚନା ହେବ । ତେବେ ବିଭିନ୍ନ ପ୍ରସଙ୍ଗକୁ ନେଇ ଗୃହ ସରଗରମ ହେବାର ସମ୍ଭାବନା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ