Masthead

ତୃତୀୟ ଦିନରେ ବି କମ୍ପିବ ବିଧାନସଭା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ବିଧାନସଭା ବଜେଟ୍ ଅଧିବେଶନର ତୃତୀୟ ଦିନ। ଆଜି ବି ସରଗରମ ରହିବ ଗୃହ । ବିରୋଧୀଙ୍କ ହଟ୍ଟଗୋଳ ଯୋଗୁଁ ଗୃହ ପ୍ରଥମ ଦୁଇ ଦିନ ଚାଲିପାରିନାହିଁ ଗୃହ। ଏହାରି ଭିତରେ ଆଜି ଗୃହ ସ୍ୱାଭାବିକ ଚାଲିବ ନା ବିରୋଧୀଙ୍କ ହଙ୍ଗାମାରେ ଚାଲିଯିବ ଦିନ। ରାଜ୍ୟପାଳ ରଘୁବର ଦାସଙ୍କ ପୁଅ ପ୍ରସଙ୍ଗ ଉଠାଇ ରାଜ୍ୟ ସରକାରଙ୍କ ଘେରିବାକୁ ପ୍ରୟାସ କରିଛନ୍ତି ଉଭୟ ବିଜେଡି ଓ କଂଗ୍ରେସ। ଗତକାଲି ବିଜେଡି ସଭ୍ୟ ଧ୍ରୁବ ସାହୁ, ବାଚସ୍ପତିଙ୍କ ମାଇକ ଛିଣ୍ଡାଇ ଦେଇଥିଲେ।

ପରିସ୍ଥିତି ନିୟନ୍ତ୍ରଣ ବାହାରକୁ ଚାଲିଯିବାରୁ ଅପରାହ୍ନ ୪ଟା ୨୮ରେ ଗୃହକୁ ମୁଲତବୀ କରିଥିଲେ ବାଚସ୍ପତି। ଏହାରି ଭିତରେ ବିରୋଧୀ ଦଳ ପୁଣିଥରେ ସେହି ପ୍ରସଙ୍ଗ ଉଠାଇ ପାରନ୍ତି। ବିରୋଧୀଙ୍କ ଦାବି ହେଲା, ରାଜ୍ୟପାଳଙ୍କ ପୁଅଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯାଉ। ଓଡ଼ିଆ ପୁଅକୁ ସୁରକ୍ଷା ଦାବି କରି ଗୃହର ମଧ୍ୟ ଭାଗରେ ବିକ୍ଷୋଭ କରିଥିଲେ ବିରୋଧୀ । ଆଉ ଏହି ପ୍ରସଙ୍ଗରେ ସରକାରଙ୍କ ଉତ୍ତର ଦିଅନ୍ତୁ ବୋଲି ବିରୋଧୀ ଦଳ ଦାବି କରିଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’