Masthead

ତୃତୀୟ ଦିନରେ ବି ସରଗରମ ହେବ ବିଧାନସଭା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆଜି ବିଧାନସଭା ଅଧିବେଶନର ତୃତୀୟ ଦିନ । ତୃତୀୟ ଦିନରେ ବି ସରଗରମ ହେବ ଗୃହ । ବିଭିନ୍ନ ପ୍ରସଙ୍ଗକୁ ନେଇ ଗୃହରେ ପ୍ରଶ୍ନ ଉଠାଇବେ ବିରୋଧୀ । ଗତକାଲି ଦିନତମାମ ହୁଲୁସ୍ତୁଲ ହୋଇଥିଲା ବିଧାନସଭା । ଫାଇଭ୍-ଟି ସଚିବଙ୍କ ଗସ୍ତ ସମ୍ପର୍କରେ ପଚରାଯାଇଥିବା ପ୍ରଶ୍ନର ଉତ୍ତର ନମିଳିବା ପ୍ରତିବାଦରେ ବିଜେପି ସଭ୍ୟମାନେ ଗୃହରେ ହଟ୍ଟଗୋଳ କରିଥିଲେ । ଗୃହ ମଧ୍ୟଭାଗରେ ନାରାବାଜି କରିବାରୁ ଚାଲିପାରିନଥିଲା ଗୃହକାର୍ୟ୍ୟ ।

ବିଜେଡି ସଦସ୍ୟମାନେ ମାନେ ନିଜ ନିଜ ଆସନରେ ଛିଡାହୋଇ କେନ୍ଦ୍ରର ଅବହେଳା ପ୍ରସଙ୍ଗ ଉଠାଇଥିଲେ । ବିଶେଷ କରି ଜାତୀୟ ରାଜପଥ ନିର୍ମାଣରେ ଅବହେଳା କଥା କହି ବିଜେପି ସଭ୍ୟଙ୍କୁ ଟାର୍ଗେଟ୍ କରି ସ୍ଲୋଗାନ ଦେଇଥିଲେ । ଗୃହ ଭିତରେ ଓ ବାହାରେ ଉଭୟ ବିଜେପି ଓ କଂଗ୍ରେସ ସରକାରଙ୍କୁ ଭର୍ତ୍ସନା କରିଥିଲେ । ଏପରିକି ମୁଖ୍ୟମନ୍ତ୍ରୀଙ୍କ ବିବୃତି ପରେ ବି ଗୃହରେ ସ୍ଥିତି ସ୍ୱାଭାବିକ ହୋଇପାରିନଥିଲା । ବାଚସ୍ପତି ସର୍ବଦଳୀୟ ବୈଠକ ଡାକିଥିଲେ ମଧ୍ୟ ବିଫଳ ହୋଇଥିଲା । ଆଜି ବି କମ୍ପିବ ବିଧାନସଭା । ତୃତୀୟ ଦିନରେ ବିଭିନ୍ନ ପ୍ରସଙ୍ଗରେ ସରଗରମ ହେବ ଗୃହ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ