Masthead

କାଚ ଭାଙ୍ଗିଲେ ବାହିନୀପତି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ବିଧାନସଭା ଶୀତ ଅଧିବେଶନର ପ୍ରଥମ ଦିନ । ପ୍ରଥମ ଦିନରୁ ସରକାରଙ୍କୁ ହରଡ଼ଘଣାରେ ପକାଇଛନ୍ତି ବିରୋଧୀ । ଉଭୟ ବିଜେପି ଓ କଂଗ୍ରେସ ସରକାରଙ୍କୁ ଘେରିଛନ୍ତି । ଆଜି ଅଧିବେଶନ ଆରମ୍ଭରୁ ଦିବଂଗତ ନେତା ଓ କୋଭିଡ୍ ଯୋଦ୍ଧାମାନଙ୍କ ଉଦ୍ଦେଶ୍ୟରେ ଶୋକ ପ୍ରସ୍ତାବ ଆଗତ କରିଥିଲେ ବାଚସ୍ପତି । ଏହାକୁ ବିରୋଧୀ ଦଳ ନେତା ପ୍ରଦୀପ ନାଏକ ଓ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ସମର୍ଥନ କରିଥିଲେ ।

ଏହା ପରେ ଆରମ୍ଭ ହୋଇଥିଲା ଗୃହ କାର୍ଯ୍ୟ । ଗୃହ ଆରମ୍ଭରୁ ହାଜତ ମୃତ୍ୟୁକୁ କେନ୍ଦ୍ର କରି ଉଭୟ ବିଜେପି ଓ କଂଗ୍ରେସ ସଦସ୍ୟମାନେ ହୋହଲ୍ଲା କରିଥିଲେ । କଂଗ୍ରେସ ବିଧାୟକ ତାରାପ୍ରସାଦ ବାହିନୀପତି ସଚିବଙ୍କ ଚୌକି ଉପରକୁ ଉଠିବାକୁ ଚେଷ୍ଟା କରିଥିଲେ । ଏହି ସମୟରେ ବାଚସ୍ପତିଙ୍କ ସମ୍ମୁଖରେ ଲାଗିଥିବା କରୋନା ପ୍ରତିଷେଧକ କାଚ ଭାଙ୍ଗିଯାଇଥିଲା। ବିରୋଧୀ ଦଳଙ୍କ ହଟଗୋଳକୁ ଦୃଷ୍ଟିରେ ରଖି ପ୍ରଥମେ ବାଚସ୍ପତି ଗୃହକୁ ୧୫ ମିନିଟ ମୁଲତବୀ କରିଥିଲେ । ପରେ ପ୍ରବଳ ହଟ୍ଟଗୋଳ ହେବାରୁ ବାଚସ୍ପତି ଗୃହକୁ ଆଉ ୩୦ ମିନିଟ ମୁଲତବୀ ରଖି ସର୍ବଦଳୀୟ ବୈଠକ ଡ଼ାକିଥିଲେ । କିନ୍ତୁ ଏହି ସର୍ବଦଳୀୟ ବୈଠକକୁ ବୟକଟ କରିଛନ୍ତି ବିରୋଧୀ ଦଳ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ