Masthead

ଆଜି ବିଧାନସଭା ମୌସୁମୀ ଅଧିବେଶନର ଦ୍ବିତୀୟ ଦିନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଧାନସଭା ମୌସୁମୀ ଅଧିବେଶନର ଦ୍ୱିତୀୟ ଦିନ । ଆଜିଠୁ ସରଗରମ ହେବ ଗୃହ । ଉଠିବ ବିଭିନ୍ନ ପ୍ରସଙ୍ଗ । ବିଶେଷକରି, ଏଥର ବିରୋଧୀଙ୍କ ହାତରେ ଅନେକ ପ୍ରସଙ୍ଗ ରହିଛି । ମୁଣ୍ଡ ଉପରେ ନିର୍ବାଚନ ଥିବାରୁ ଶାସକଙ୍କୁ ଘେରିବାକୁ ବିରୋଧୀଙ୍କ ପାଇଁ ଏହି ଅଧିବେଶନ ବଡ ସୁଯୋଗ । ଗୃହରେ ବିଭିନ୍ନ ବିଭାଗର ପ୍ରଶ୍ନୋତ୍ତର କାର୍ୟ୍ୟକ୍ରମ ରହିଛି । ସ୍ବରାଷ୍ଟ୍ର, ଅର୍ଥ, ନିର୍ମାଣ, ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ, ଇସ୍ପାତ ଓ ଖଣି, ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ, ସଂସଦୀୟ ବ୍ୟାପାର ବିଭାଗର ପ୍ରଶ୍ନୋତ୍ତର କାର୍ୟ୍ୟକ୍ରମ ରହିଛି ।

ବିରୋଧୀ ଦଳ ନେତା ଜୟ ନାରାୟଣ ମିଶ୍ର ସରକାରଙ୍କୁ ଶାଣିତ ଆକ୍ରମଣ କରିବେ ବୋଲି ସୂଚନା ମଧ୍ୟ ଦେଇସାରିଛନ୍ତି । କଂଗ୍ରେସ ମଧ୍ୟ ଏଦିଗରେ ପ୍ରସ୍ତୁତି ସାରିଛି । ସେପଟେ ବିଜେଡି ସବୁବେଳେ ନିଜର କାଉଣ୍ଟର ରଣନୀତିରେ ବିରୋଧୀଙ୍କ ଉଦ୍ୟମକୁ ପଣ୍ଡ କରିଆସିଛି । ଅନ୍ୟପକ୍ଷରେ, ବିଜେଡିରୁ ବହିଷ୍କାର ହେବା ପରେ ଖଣ୍ଡପଡା ବିଧାୟକ ସୌମ୍ୟରଂଜନ ପଟ୍ଟନାୟକ କିଭଳି ଆଭିମୁଖ୍ୟ ରଖିବେ ତାହା ଉପରେ ମଧ୍ୟ ସମସ୍ତଙ୍କ ନଜର ରହିଛି ।।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ