Masthead

ଆଜିବି ସରଗରମ ରହିବ ବିଧାନସଭା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସୁରୁଖୁରୁରେ ଚାଲିପାରୁନି ବଜେଟ୍ ଅଧିବେଶନ। ବିରୋଧୀ ଚାଷୀଙ୍କ ପ୍ରସଙ୍ଗରେ ଗୃହରେ ଅଚଳାବସ୍ଥା ଜାରି ରଖିଛନ୍ତି । ବାଚସ୍ପତି ସର୍ବଦଳୀୟ ବୈଠକ ଡାକି ମଧ୍ୟ ଆଲୋଚନା କରି ଥିଲେ ସୁଦ୍ଧା ଗୃହ କାର୍ଯ୍ୟ ସ୍ଵାଭାବିକ ହୋଇପାରି ନାହିଁ । ଆଉ ଏହାରି ଭିତରେ ପ୍ରଶ୍ନକାଳ କି ଶୂନ୍ୟକାଳ ଗୋଟେ ଦିନ ବି ଚାଲି ପାରିନାହିଁ । ଆଜି ପ୍ରଶ୍ନକାଳରେ ଇଲୋକ୍ଟ୍ରୋନିକ ଓ ସୂଚନା ପ୍ରଯୁକ୍ତି, ଅର୍ଥ, ଗୃହ, ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ, ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ଏବଂ ସଂସଦୀୟ ବ୍ୟାପାର ଭଳି ବିଭାଗର ରହିଛି ଆଲୋଚନା । ଶୂନ୍ୟକାଳରେ ରାଜ୍ୟସ୍ବାର୍ଥ ସମ୍ବଳିତ ପ୍ରସଙ୍ଗକୁ ଉଠାଇବା ପାଇଁ ବିଧାୟକ ସଜବାଜ ହୋଇଥିବା ବେଳେ ବିରୋଧୀ ଆଣିପାରନ୍ତି ମୁଲତବୀ ପ୍ରସ୍ତାବ। ଆଜିଠାରୁ ଗୃହରେ ବଜେଟ ଉପରେ ସାଧାରଣ ଆଲୋଚନା ହେବା ପାଇଁ ଧାର୍ଯ୍ୟ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତାତି ନେଇ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ 🔴 ପାକିସ୍ତାନ ଲିଙ୍କ୍, ଯୁବକଙ୍କୁ ଉଠାଇନେଲା ପୋଲିସ 🔴 ଫେରିଲା ଆର୍ଟେମିସ୍ -୨ 🔴 ୫୦ ଫୁଟ ତଳକୁ ଖସିଲା OSRTC ବସ୍‌ 🔴 ଆଜିଠୁ କଲବଲ କରିବ ତାତି 🔴 ହର୍ମୁଜ ପ୍ରଣାଳୀକୁ ନେଇ ଇରାନର ବଡ ଘୋଷଣା 🔴 ଆଜି ବି ରାଜ୍ୟରେ ରହିବ କାଳବୈଶାଖୀ ପ୍ରଭାବ 🔴 ହିଜବୁଲ୍ଲା ମୁଖ୍ୟ ନଇମ କାସିମ ନିହତ! 🔴 ଆସାମ, କେରଳ ଓ ପୁଡୁଚେରୀରେ ଚାଲିଛି ଭୋଟିଂ 🔴 ଆଜି ବି ପ୍ରବଳ ବର୍ଷିବ 🔴 ତାତି ନେଇ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ 🔴 ପାକିସ୍ତାନ ଲିଙ୍କ୍, ଯୁବକଙ୍କୁ ଉଠାଇନେଲା ପୋଲିସ 🔴 ଫେରିଲା ଆର୍ଟେମିସ୍ -୨ 🔴 ୫୦ ଫୁଟ ତଳକୁ ଖସିଲା OSRTC ବସ୍‌ 🔴 ଆଜିଠୁ କଲବଲ କରିବ ତାତି 🔴 ହର୍ମୁଜ ପ୍ରଣାଳୀକୁ ନେଇ ଇରାନର ବଡ ଘୋଷଣା 🔴 ଆଜି ବି ରାଜ୍ୟରେ ରହିବ କାଳବୈଶାଖୀ ପ୍ରଭାବ 🔴 ହିଜବୁଲ୍ଲା ମୁଖ୍ୟ ନଇମ କାସିମ ନିହତ! 🔴 ଆସାମ, କେରଳ ଓ ପୁଡୁଚେରୀରେ ଚାଲିଛି ଭୋଟିଂ 🔴 ଆଜି ବି ପ୍ରବଳ ବର୍ଷିବ