ସରଗରମ ହେବ ବିଧାନସଭା : ୨୦୨୪-୨୫ ବଜେଟ ଉପରେ ହେବ ଆଲୋଚନା

ଭୁବନେଶ୍ବର(ବଡ଼ ଖବର ବ୍ୟୁରୋ): ଆଜି ବିଧାନସଭା ଅଧିବେଶନର ଷଷ୍ଠ ଦିନ । ୨୦୨୪-୨୫ ଆର୍ଥିକ ବଜେଟ ଉପରେ ଗୃହରେ ସାଧାରଣ ଆଲୋଚନା ଆରମ୍ଭ ହେବ। ମୋହନ ସରକାର ୨ ଲକ୍ଷ ୬୫ ହଜାର କୋଟିର ବଜେଟ ଆଣିଛନ୍ତି । ଏହା ଉପରେ ଶାସକ ଓ ବିରୋଧି ଦଳର ସଦସ୍ୟମାନେ ସେମାନଙ୍କର ମତ ରଖିବେ । ସେହିପରି ଏହାରି ଭିତରେ ବିରୋଧୀଙ୍କ ହାତରେ ଲାଗିଛି ନୂଆ ପ୍ରସଙ୍ଗ । ମୁଖ୍ୟମନ୍ତ୍ରୀ ଅଧିବେଶନ ଚାଲିଥିବା ସମୟରେ କିପରି ଗୃହ ବାହାରେ ଏକ ସରକାରୀ ଘୋଷଣା କଲେ ତାହାକୁ ନେଇ ସରକାରଙ୍କୁ ଗୃହରେ ଘେରିବେ ବିରୋଧୀ ।

ଅଗ୍ନିବୀରଙ୍କୁ ନିଯୁକ୍ତି ମିଳିବା ଘୋଷଣାକୁ ନେଇ କଂଗ୍ରେସ ଓ ବିଜେଡି ସ୍ୱାଧିକାର ଭଙ୍ଗ ପ୍ରସ୍ତାବ ଆଣିବା ସହ ନୀତି ଆୟୋଗ ବୈଠକରେ ସାରକତ ଦେଇଥିବା ପ୍ରସ୍ତାବକୁ ନେଇ ବିରୋଧୀ ପ୍ରସଙ୍ଗ କରିପାରନ୍ତି । ଅନ୍ୟପଟେ ଆଜି ଗୃହରେ ରହିଛି ଗୁରୁତ୍ୱପୂର୍ଣ୍ଣ ବିଭାଗ ଗୁଡ଼ିକର ପ୍ରଶ୍ନ ଉତ୍ତର କାର୍ଯ୍ୟକ୍ରମ। ସ୍ୱରାଷ୍ଟ୍ର,ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ,ଇଲୋକ୍ଟ୍ରୋନିକସ୍ ଓ ସୂଚନା ପ୍ରଯୁକ୍ତି, ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ଓ ଅର୍ଥ ଭଳି ବିଭାଗ ରହିଛି। ଗୋଟେ ଦୁଇଟି ବିଭାଗ ଛାଡିଦେଲେ ଅନ୍ୟ ମନ୍ତ୍ରାଳୟ ଗୁଡ଼ିକ ଯେହେତୁ ଖୋଦ୍ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ହାତରେ ରହିଛି ଗୃହ କିପରି ଚାଲୁଛି ତା ଉପରେ ସମସ୍ତଙ୍କ ନଜର ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’