Masthead

ଅକ୍ଟୋବର ୩ରେ ଅତିରିକ୍ତ ବଜେଟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆସନ୍ତା ୨୧ ତାରିଖରେ ଅନୁଷ୍ଠିତ ହେବ ବିଧାନସଭା ବାଚସ୍ପତି ନିର୍ବାଚନ । କିଏ ହେବେ ବିଧାନସଭା ବାଚସ୍ପତି ? ଚର୍ଚ୍ଚାରେ ୪ଜଣ ବରିଷ୍ଠ ବିଜେଡି ନେତାଙ୍କ ନାଁ । ପ୍ରଫୁଲ୍ଲ ସାମଲ ଓ ଅମର ଶତପଥୀ ହୋଇପାରନ୍ତି ବାଚସ୍ପତି  । ସେହିପରି ଦେବୀ ମିଶ୍ର ଓ ନୃସିଂହ ସାହୁଙ୍କ ନାଁକୁ ନେଇ ମଧ୍ୟ ଚର୍ଚ୍ଚା ହେଉଛି । ଏଥିପାଇଁ ୧୮ରେ ନାମାଙ୍କନ ଦାଖଲ କରାଯିବ । ବିକ୍ରମ ଆରୁଖଙ୍କ ଇସ୍ତଫା ପରେ ଖାଲି ପଡ଼ିଛି ବାଚସ୍ପତି ପଦ । ସେପ୍ଟେମ୍ବର ୨୨ରୁ ଆରମ୍ଭ ହେବ ବିଧାନସଭା ମୌସୁମୀ ଅଧିବେଶନ । ସେପ୍ଟେମ୍ବର ୨୨ରୁ ଆରମ୍ଭ ହୋଇ ଅକ୍ଟୋବର ୪ ପର୍ୟ୍ୟନ୍ତ ଚାଲିବ ଅଧିବେଶନ । ୩ ତାରିଖରେ ଅତିରିକ୍ତ ବଜେଟ ଆଗତ ହେବା ନେଇ ସୂଚନା ମିଳିଛି । ମୌସୁମୀ ଅଧିବେଶନ ଥିବାରୁ ବାଚସ୍ପତି ପଦ ପୂରଣ ହେବା ଜରୁରୀ ହୋଇପଡ଼ିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ