Masthead

ରାଜ୍ୟରେ ୨ ହଜାର ୩୮୦ଟି ଗାଁକୁ ନାହିଁ ରାସ୍ତା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):  ଚାଲିଛି ବିଧାନସଭା । ବିଭିନ୍ନ ପ୍ରଶ୍ନର ଉତର ରଖୁଛନ୍ତି ବିଭାଗୀୟ ମନ୍ତ୍ରୀ । ରାଜ୍ୟରେ ୨୩୮୦ ଗାଁ କୁ ଏବେବି ନାହିଁ ରାସ୍ତା। ବିଜେପି ବିଧାୟିକା ସଂଜଳି ମୁର୍ମୁଙ୍କ ମୂଳ ପ୍ରଶ୍ନରେ ପଞ୍ଚାୟତିରାଜ ମନ୍ତ୍ରୀଙ୍କ ତରଫରୁ ଉତ୍ତର ରଖିଛନ୍ତି ସଂସଦୀୟ ବ୍ୟାପାର ମନ୍ତ୍ରୀ । ମୟୂରଭଞ୍ଜ ଜିଲ୍ଲାରେ ୫୮ ଗାଁ କୁ ରାସ୍ତା ନାହିଁ। କନଭରଜେନ୍ସ ଯୋଜନାର ରାସ୍ତା ପାଇଁ ସରକାର ବ୍ୟବସ୍ଥା କରିଛନ୍ତି। ପୁର୍ବରୁ ସିଏଫସି, ଏସଏଫସି, ଏମଏଲଏ ଲ୍ୟାଡ, ଏମପି ଲ୍ୟାଡ, ମନରେଗାରେ ରାସ୍ତା ନିର୍ମାଣ ପାଇଁ ବ୍ୟବସ୍ଥା ଥିଲା। କିନ୍ତୁ ଚଳିତ ଥର ରାଜ୍ୟ ସରକାର ବିକଶିତ ଗାଁ ବିକଶିତ ଓଡ଼ିଶା ଯୋଜନାର ଏଥିପାଇଁ ବ୍ୟବସ୍ଥା ରହିଛି। ଏହି ଯୋଜନାର ୩୫ ପ୍ରତିଶତ ଅର୍ଥ ଗାଁ ରାସ୍ତା ନିର୍ମାଣରେ ଖର୍ଚ୍ଚ ପାଇଁ ପ୍ରାବଧାନ ରହିଛି। ଗ୍ରାମସଭା ମାଧ୍ୟମରେ ଆସୁଥିବା ପ୍ରକଳ୍ପ ଗୁଡ଼ିକୁ ମଞ୍ଜୁର କରାଯିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ