Masthead

ଆଜିଠୁ ବିଧାନସଭାର ଶୀତକାଳୀନ ଅଧିବେଶନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜିଠୁ ବିଧାନସଭାର ଶୀତକାଳୀନ ଅଧିବେଶନ ଆରମ୍ଭ ।  ଡିସେମ୍ବର ୩୧ ଯାଏଁ ଚାଲିବ ଶୀତ ଅଧିବେଶନ। ଆଜି ଦିନ ୧୧ଟା ବେଳେ ଆରମ୍ଭ ହେବ ପ୍ରଥମ ଦିନର ଗୃହ କାର୍ଯ୍ୟ । ବିଧାନସଭାର ଶୀତ ଅଧିବେଶନକୁ ଦୃଷ୍ଟିରେ ରଖି ୨୪ ପ୍ଲାଟୁନ୍‌ ଫୋର୍ସ ମୁତୟନ କରାଯାଇଛି । ବିଧାନସଭା କାର୍ଯ୍ୟସୂଚି ଅନୁସାରେ ପ୍ରଥମେ ଗୃହରେ ଦିବ୍ୟଗତଙ୍କ ପାଇଁ ଶୋକ ପ୍ରସ୍ତାବ ଆଗତ କରାଯିବ । ଏହି ପ୍ରସ୍ତାବକୁ ଗୃହର ନେତା ମୁଖ୍ୟମନ୍ତ୍ରୀ ଆଗତ କରିବେ। ପ୍ରଶ୍ନକାଳରେ ପଞ୍ଚୟତରାଜ ଓ ପାନୀୟ ଜଳ, ଗୃହ ନିର୍ମାଣ ଓ ପୌର ଉନ୍ନୟନ, ଜଙ୍ଗଲ ପରିବେଶ ଓ ଜଳବାୟୁ ପରିବର୍ତ୍ତନ, ଗ୍ରାମ୍ୟ ଉନ୍ନୟନ, ସରକାରୀ ଉଦ୍ୟୋଗ, ଶ୍ରମ ଓ କର୍ମଚାରୀ ରାଜ୍ୟ ବିମା ବିଭାଗର ପ୍ରଶ୍ନକାଳ ରହିଛି । ଅପରାହ୍ନରେ ୨୦୨୪-୨୫ ଆର୍ଥିକ ବର୍ଷର ଅତିରିକ୍ତ ବଜେଟ୍ ଗୃହରେ ଆଗତ ହେବ ।

ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ ଗୃହରେ ଅତିରିକ୍ତ ବଜେଟକୁ ଗୃହରେ ଉପସ୍ଥାପନ କରିବେ।  ଅନ୍ୟପଟେ ଶୀତକାଳୀନ ଅଧିବେଶନ ପାଇଁ ବିଜେଡି , ବିଜେପି ଓ କଂଗ୍ରେସ ବିଧାୟକ ଦଳ ବୈଠକ ବସି ରଣନୀତି ପ୍ରସ୍ତୁତ କରିଛନ୍ତି । ଦୁଇ ବିରୋଧୀ ଦଳ ବିଜେଡି ଓ କଂଗ୍ରେସ ହାତରେ ଶୀତ ଅଧିବେଶନରେ ବିଭିନ୍ନ ପ୍ରସଙ୍ଗ ନେଇ ସରକାରଙ୍କୁ ଘେରିବା ପାଇଁ  ରଣନୀତି ତୟାର କରିଛନ୍ତି । ଶାସକ ବିଜେପି ମଧ୍ୟ ବିରୋଧୀଙ୍କୁ  ମୁକାବିଲା କରିବା ପାଇଁ କାଉଁଣ୍ଟର ରଣନୀତି ପ୍ରସ୍ତୁତ କରିଛି । ତେବେ ବିଧାନସଭାକୁ ସୁରୁଖୁରୁରେ ଚଳାଇବା  ପାଇଁ ସୋମବାର ବାଚସ୍ପତି ସର୍ବଦଳୀୟ ବୈଠକ କରି ସବୁ ଦଳର ସହଯୋଗ ଲୋଡିଛନ୍ତି । ଡିସେମ୍ବର ୩୧ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ଅଧିବେଶନରେ ମୋଟ୍ ୩୦ଟି କାର୍ଯ୍ୟ ଦିବସ ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ