Masthead

ମାଟିରେ ମିଶିବ ଓଡ଼ିଶା ଭବନ: ବିପଦପୂର୍ଣ୍ଣ ଅବସ୍ଥାରେ ଥିବା ଘୋଷଣା ପରେ ଭାଙ୍ଗିବାକୁ ନିର୍ଦେଶ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଭଙ୍ଗାଯିବ ଦିଲ୍ଲୀ ସ୍ଥିତ ଓଡ଼ିଶା ଭବନ । ଦିଲ୍ଲୀ ଗସ୍ତ ବେଳେ ରାଜ୍ୟର ବିଶିଷ୍ଟ ବ୍ୟକ୍ତିଙ୍କ ରହଣି ପାଇଁ ବ୍ୟବହାର ହେଉଥିବା ଓଡ଼ିଶା ଭବନକୁ ଭଙ୍ଗାଯିବ । ଅସୁରକ୍ଷିତ ଥିବା ଦୃଷ୍ଟିରୁ ଏହି ଭବନକୁ ଭାଙ୍ଗିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ସରକାର । ୧୯୮୦ ମସିହାରେ ନିର୍ମିତ ହୋଇଥିବା ଓଡ଼ିଶା ଭବନ ସହ ଓଡ଼ିଶା ନିବାସ ଓ ଓଡ଼ିଶା ସଦନର ସୁରକ୍ଷା ଅଡିଟ୍ ୨୦୨୨ ଦିଲ୍ଲୀ ମହାନଗର ନିଗମ ପକ୍ଷରୁ କରାଯିବାକୁ ପ୍ରସ୍ତାବ ମିଳିଥିଲା । ରାଜ୍ୟ ସରକାରଙ୍କ ପୂର୍ତ୍ତ ବିଭାଗ ପକ୍ଷରୁ ଏହାର ଭିତ୍ତିଭୂମିର ସୁରକ୍ଷା ସଂକ୍ରାନ୍ତ ଅଡିଟ୍ କରାଯାଇଥିଲା । ୨୦୨୨ ଏପ୍ରିଲ ୧୯ ତାରିଖରେ ରାଜ୍ୟ ନିର୍ମାଣ ବିଭାଗ ମୁଖ୍ୟଯନ୍ତ୍ରୀଙ୍କ ଓଏସଡି ଓଡ଼ିଶା ଭବନଟି ଦୀର୍ଘସ୍ଥାୟୀ ବ୍ୟବହାର ନିମନ୍ତେ ଅନୁପଯୁକ୍ତ ବୋଲି ଦର୍ଶାଇବା ସହ ଦୁଇରୁ ତିନିବର୍ଷ ମଧ୍ୟରେ ଏହାକୁ ଭାଙ୍ଗିବା ପାଇଁ ମତ ଦେଇଥିଲେ ।

ଏହାପରେ ଗତ ଅଗଷ୍ଟ ୨୮ ତାରିଖରେ ପୂର୍ତ୍ତ ବିଭାଗ ମୁଖ୍ୟଯନ୍ତ୍ରୀ ତଥା ଅତିରିକ୍ତ ସଚିବ ରାଜ୍ୟ ସରକାରଙ୍କୁ ଓଡ଼ିଶା ଭବନ ଲୋକଙ୍କ ରହିବା ପାଇଁ ଅସୁରକ୍ଷିତ ବୋଲି ଅବଗତ କରିଥିଲେ । ଏହା ଉପରେ ବିଚାର କରି ଓଡ଼ିଶା ଭବନକୁ ଭାଙ୍ଗିବା ପାଇଁ ରାଜ୍ୟ ସରକାର ବିଧବଦ୍ଧ ନିଷ୍ପତ୍ତି ଗ୍ରହଣ କରିଛନ୍ତି । ଓଡ଼ିଶା ଭବନକୁ ଯଥାଶୀଘ୍ର ଭାଙ୍ଗିବା ପାଇଁ ପୂର୍ତ୍ତ ବିଭାଗକୁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି । ଏ ସମ୍ପର୍କରେ ଗୃହବିଭାଗ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ଜାରି କରାଯାଇଛି । ସେପଟେ ଓଡ଼ିଶା ଭବନ ଭଙ୍ଗାଯିବା ନୂତନ ଭବନ ନିର୍ମାଣ ହେବା ପର୍ୟ୍ୟନ୍ତ ରାଜ୍ୟର ବିଶିଷ୍ଟ ବ୍ୟକ୍ତି ଦିଲ୍ଲୀ ଗସ୍ତ ସମୟରେ ଅଶୋକା ହୋଟେଲରେ ରହିବାର ବ୍ୟବସ୍ଥା କରାଯାଇପାରେ ବୋଲି ସୂଚନା ମିଳିଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି