Masthead

ଓଡ଼ିଶା ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ଜେପି ନଡ୍ଡା

ପୁରୀ (ବଡ଼ ଖବର ବ୍ୟୁରୋ): ଓଡ଼ିଶା ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା । ଆଜିଠୁ ବିଜେପିର ଦୁଇ ଦିନିଆ ପରିବର୍ଦ୍ଧିତ ରାଜ୍ୟ କାର୍ୟ୍ୟକାରିଣୀ ବୈଠକ। ପ୍ରସ୍ତୁତ ହେବ ନୂଆ ସରକାରଙ୍କ ରୋଡମ୍ୟାପ୍ । ପୁରୀରେ ଆୟୋଜିତ କାର୍ଯ୍ୟକାରିଣୀକୁ ଉଦଘାଟନ କରିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ଜେପି ନଡ୍ଡା। ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ ଏହି ବୈଠକ। କେନ୍ଦ୍ରରେ ତୃତୀୟ ଥର ମୋଦି ସରକାର ଓ ରାଜ୍ୟରେ ପ୍ରଥମ ଥର ବିଜେପି ସରକାର ଗଠନ ପରେ ବସୁଛି କାର୍ଯ୍ୟକାରିଣୀ। ସାଂପ୍ରତିକ ରାଜନୈତିକ ପରିସ୍ଥିତି, କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଭିନ୍ନ ଜନକଲ୍ୟାଣକାରୀ ଯୋଜନା ସଂପର୍କରେ ବିସ୍ତୃତ ଆଲୋଚନା କରାଯାଇ ବୈଠକରେ ଆଗାମୀ ରଣନୀତି ପ୍ରସ୍ତୁତ କରାଯିବ।

ଏହି ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ରମନ୍ତ୍ରୀ, ଦୁଇ ଉପମୁଖ୍ୟମନ୍ତ୍ରୀ, ରାଜ୍ୟ ମନ୍ତ୍ରୀମଣ୍ଡଳର ସମସ୍ତ ସଦସ୍ୟ, ସାଂସଦ ଓ ବିଧାୟକ ସାମିଲ ହେବେ। ସେହିପରି ବିଜେପି କ୍ଷେତ୍ରୀୟ ପ୍ରଭାରୀ ସୁନିଲ ବଂଶଲ, ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂହ ତୋମାର, ସହପ୍ରଭାରୀ ଲତା ଉସେଣ୍ଡିଙ୍କ ସମେତ ରାଜ୍ୟ ପଦାଧିକାରୀ, ରାଜ୍ୟ କାର୍ୟ୍ୟକାରିଣୀ ସଦସ୍ୟ, ଜିଲ୍ଲା ସଭାପତି, ସାଧାରଣ ସଂପାଦକ, ଲୋକସଭା ସଂଯୋଜକ ଓ ପ୍ରଭାରୀ, ବିଧାନସଭା ସଂଯୋଜକ ଓ ପ୍ରଭାରୀ, ବିଭିନ୍ନ ମୋର୍ଚ୍ଚାର ରାଜ୍ୟ ପଦାଧିକାରୀମାନେ ଯୋଗଦେବେ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି