Masthead

ବହୁ ମୂଲ୍ୟବାନ ଜୀବନ ରକ୍ଷା କରିପାରୁଛି ଓଡ଼ିଶା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ସମଗ୍ର ଦେଶ ଗତ ଏକ ବର୍ଷରୁ ଅଧିକ ସମୟ ଧରି କରୋନା ସହ ଲଢୁଛି। କରୋନାର ଏହି ଦ୍ୱିତୀୟ ଲହର ସାରା ଦେଶରେ ଗୁରୁତର ଜନସ୍ୱାସ୍ଥ୍ୟ ସମସ୍ୟା ସୃଷ୍ଟି କରିବା ସହ ବିପୁଳ କ୍ଷତି କରିଚାଲିଛି । ସମସ୍ତଙ୍କ ସହଯୋଗରେ କରୋନା ବିରୋଧରେ ଲଢେଇକୁ ଆହୁରି ମଜବୁତ କରିବା ପାଇଁ ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ସୋମବାର ଅନୁଷ୍ଠିତ ସର୍ବଦଳୀୟ ବୈଠକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନେକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିଛନ୍ତି।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଗତ ଏକ ମାସରୁ ଉର୍ଦ୍ଧ୍ବ ଓଡ଼ିଶାରେ ସଂକ୍ରମଣ ବଢୁଛି । ମହାପ୍ରଭୁଙ୍କ ଆଶୀର୍ବାଦରୁ ପରିସ୍ଥିତି ମୋଟାମୋଟି ଭାବରେ ନିୟନ୍ତ୍ରଣରେ ରହିଛି । ପ୍ରଶାସନ ଓ ସ୍ୱାସ୍ଥ୍ୟକର୍ମୀମାନେ ଯେପରି ଦିନରାତି କାମ କରିଚାଲିଛନ୍ତି, ସେଥିପାଇଁ ମୁଖ୍ୟମନ୍ତ୍ରୀ ସେମାନଙ୍କର ଉଚ୍ଚପ୍ରଶଂସା କରିଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଦେଶର ଅନ୍ୟ ଭାଗର ଘଟଣା ଉପରେ ଓଡ଼ିଶା ତୀକ୍ଷ୍ଣ ନଜର ରଖିବା ସହ ସେମାନଙ୍କ ଅଭିଜ୍ଞତା ଭିତ୍ତିରେ ଆଗୁଆ ପଦକ୍ଷେପ ନେଉଛି । ସ୍ୱାସ୍ଥ୍ୟସେବା ଭିତ୍ତିଭୂମିକୁ ସୁଦୃଢ କରିବା ସହିତ ମେଡିକାଲରେ ଶଯ୍ୟା ସଂଖ୍ୟା ବୃଦ୍ଧି କରାଯାଇଛି । ପ୍ରତି ଜିଲ୍ଲାରେ ଅକ୍ସିଜେନ ସଂଯୁକ୍ତ ଶଯ୍ୟାର ବ୍ୟବସ୍ଥା ମଧ୍ୟ କରାଯାଇଛି ।

ତ୍ରୁଟିଶୂନ୍ୟ ଅକ୍ସିଜେନ ଯୋଗାଣ ପାଇଁ ଅଧିକ ଅକ୍ସିଜେନ ସିଲିଣ୍ଡର, ରିଫିଲିଂ ଓ ପରିବହନ କାର୍ଯ୍ୟ ତଦାରଖ କରାଯାଉଛି । ମୁଖ୍ୟ ଡାକ୍ତରଖାନା ଗୁଡିକରେ ଅକ୍ସିଜେନ ପ୍ଲାଣ୍ଟ ପ୍ରତିଷ୍ଠା ସହ ଅକ୍ସିଜେନ ସିଲିଣ୍ଡର ମଧ୍ୟ ଆମଦାନୀ କରାଯାଉଛି । ଜରୁରୀ ଔଷଧ ଓ ଅକ୍ସିଜେନ ଯୋଗାଣରେ ଯେପରି ଅସୁବିଧା ନ ହୁଏ, ସେଥିପ୍ରତି ସ୍ୱତନ୍ତ୍ର ଦୃଷ୍ଟି ରଖାଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଅନ୍ୟ ରାଜ୍ୟକୁ ଅକ୍ସିଜେନ ଯୋଗାଣ ସମ୍ପର୍କରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ନିଜ ରାଜ୍ୟର ଚାହିଦା ପୂରଣ ସହିତ ଆଜି ଓଡ଼ିଶା ଅନ୍ୟ ରାଜ୍ୟକୁ ମଧ୍ୟ ଅକ୍ସିଜେନ ଯୋଗାଇ ବହୁ ମୂଲ୍ୟବାନ ଜୀବନ ରକ୍ଷା କରିପାରୁଛି । ଏହା ଓଡ଼ିଶା ପାଇଁ ନିଶ୍ଚିତ ଭାବରେ ଗୌରବର କଥା। ରାଜ୍ୟରେ ଅକ୍ସିଜେନ ପରିଚାଳନା ବ୍ୟବସ୍ଥା ସୁଦୃଢ କରିବା ଏବଂ ଏଥିପାଇଁ ଏକ ମାଷ୍ଟରପ୍ଲାନ ପ୍ରସ୍ତୁତ କରିବା ପାଇଁ ଏକ ଟାକ୍ସଫୋର୍ସ ଗଠନ ବିଷୟ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି