Masthead

ଆଜି ରଜ ସଂକ୍ରାନ୍ତି: ଗାଁଠୁୁ ସହର ସବୁଠୁି ଉତ୍ସବର ମାହୋଲ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରଜ କେବଳ ଗୋଟିଏ ପର୍ବ ନୁହେଁ, ବରଂ ଗୋଟିଏ ଜାତିର ନିଜସ୍ୱ ପରମ୍ପରାର ନମୁନା । ରଜ ଆସିଲେ, ଉତ୍ସବମୁଖର ହୋଇଉଠେ ଓଡ଼ିଶାର ପୁରପଲ୍ଲୀ । ସାରା ଓଡ଼ିଶା ଖୁସିରେ ପାଳନ କରେ ତାର ଅତି ପ୍ରିୟ ପର୍ବ ‘ରଜ’ । ସାଙ୍ଗସାଥୀଙ୍କ ମେଳରେ ରଜଦୋଳି ଖେଳ ଆଉ ତା’ସାଙ୍ଗକୁ ପାନର ପସରା ଓ ପୋଡ଼ପିଠାର ମହକ । ଚାରିଆଡ଼େ ଖେଳିଯାଏ ଉତ୍ସବର ମାହୋଲ । ତିନି ଦିନ ଧରି ଚାଲିଥାଏ ରଜ ଉତ୍ସବ। ଆଜି ରଜ ପର୍ବର ଦ୍ୱିତୀୟ ଦିନ । ଯାହାକୁ ଆମେ ରଜ ସଂକ୍ରାନ୍ତି ବୋଲି ପାଳନ କରିଥାଉ । ରାଜଧାନୀ ବି ହୋଇ ଉଠିଛି ଉତ୍ସବମୁଖର। ବିଭିନ୍ନ ସ୍ଥାନରେ ଆୟୋଜିତ ହୋଇଛି ରଜ ମହୋତ୍ସବ । କେତେକ ସ୍ଥାନରେ କବାଡ଼ି ପ୍ରତିଯୋଗିତା ହେଉଛି । କୁମାରୀ ଝିଅମାନେ ନୂଆ ପୋଷକ ପିନ୍ଧି ସଜେଇ ହୋଇ ସାଙ୍ଗସାଥିଙ୍କ ସହ ନେଉଛନ୍ତି ରଜ ଦୋଳିର ମଜା । ପିଲାଙ୍କଠାରୁ ଆରମ୍ଭ କରି ବୟସ୍କ ମଧ୍ୟ ରଜ ପାନ ଖାଇ ଉତ୍ସବରେ ସାମିଲ ହୋଇଛନ୍ତି ।

‘ରଜ’ ପର୍ବ ଏହା ଚାଷର ଆରମ୍ଭକୁ ସୂଚାଇ ଥାଏ । ରଜ ଶବ୍ଦର ଆକ୍ଷରିକ ଅର୍ଥ ରଜବତୀ ହେବା, ଯାହା ପୃଥିବୀକୁ ମାତା ଭାବରେ ବିବେଚନା କରି ବର୍ଷାର ଆଗମନରେ ସେ ରଜସ୍ୱଳା ହେବାର ଓ ନୂଆ ଶସ୍ୟ ଜନ୍ମ ହେବାର ସାଙ୍କେତିକ ଭାବ ବହନ କରିଥାଏ । ଏହି ଦିନରେ ଚାଷୀମାନେ ବସୁମତୀ ତଥା ହଳଲଙ୍ଗଳ ପୂଜନ କରିବା ସହ ଚାଷ କାମରୁ ତିନି ଦିନ ପାଇଁ ବିରତି ନେଇଥାନ୍ତି । ରଜରେ ପୋଡ଼ ପିଠା ଓ ପାନ ଖିଆ ସହିତ ଝିଅମାନଙ୍କ ରଜ ଦୋଳି ଓ ପୁଚି ଖେଳ ସହ ପୁଅମାନଙ୍କ ଲୁଡୁ, ତାସ, ବାଗୁଡ଼ି ଆଦି ଖେଳି ଏହି ଦିବସଟି ପାଳନ କରାଯାଇଥାଏ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ମଶାନରୁ ୩ ଶବ ଗାୟବ 🔴 ଶସ୍ତା ହେଲା ଇଲିଶି, ମତ୍ସ୍ୟଜୀବୀଙ୍କ ଜାଲରେ ଟନ୍ ଟନ୍ ମାଛ 🔴 ମାଟିରେ ମିଶିବ ୩୩୦ ଘର 🔴 କଲମ୍ବିଆ ଭୂମିକମ୍ପ, ମୃତ୍ୟୁସଂଖ୍ୟା ୧୩୨ 🔴 ଆସୁଛି ଆଉ ଏକ ଲଘୁଚାପ 🔴 ସ୍ୱାଧୀନତା ଦିବସରେ ଗାନ କରାଯିବ ‘ବନ୍ଦେ ମାତରମ୍‌’ 🔴 ରାଜ୍ୟର ଯୁବପିଢିଙ୍କ ପାଇଁ ଖୁସି ଖବର,୧୩୨୬ଜଣଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ 🔴 ସୁଧାଂଶୁଙ୍କୁ ପଛରେ ପକାଇବେ ଏହି ଆଇପିଏସ୍ 🔴 ଝାଡ଼ଖଣ୍ଡରେ ଛାତ୍ର ରଣହୁଙ୍କାର, ବିଧାନସଭା ନିକଟରେ ହଙ୍ଗାମା 🔴 ହର ହର ମହାଦେବ ଧ୍ୱନିରେ ମୁଖରିତ ଲିଙ୍ଗରାଜ ମନ୍ଦିର, ଭକ୍ତଙ୍କ ଅସମ୍ଭାଳ ସମାଗମ 🔴 ଶ୍ମଶାନରୁ ୩ ଶବ ଗାୟବ 🔴 ଶସ୍ତା ହେଲା ଇଲିଶି, ମତ୍ସ୍ୟଜୀବୀଙ୍କ ଜାଲରେ ଟନ୍ ଟନ୍ ମାଛ 🔴 ମାଟିରେ ମିଶିବ ୩୩୦ ଘର 🔴 କଲମ୍ବିଆ ଭୂମିକମ୍ପ, ମୃତ୍ୟୁସଂଖ୍ୟା ୧୩୨ 🔴 ଆସୁଛି ଆଉ ଏକ ଲଘୁଚାପ 🔴 ସ୍ୱାଧୀନତା ଦିବସରେ ଗାନ କରାଯିବ ‘ବନ୍ଦେ ମାତରମ୍‌’ 🔴 ରାଜ୍ୟର ଯୁବପିଢିଙ୍କ ପାଇଁ ଖୁସି ଖବର,୧୩୨୬ଜଣଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ 🔴 ସୁଧାଂଶୁଙ୍କୁ ପଛରେ ପକାଇବେ ଏହି ଆଇପିଏସ୍ 🔴 ଝାଡ଼ଖଣ୍ଡରେ ଛାତ୍ର ରଣହୁଙ୍କାର, ବିଧାନସଭା ନିକଟରେ ହଙ୍ଗାମା 🔴 ହର ହର ମହାଦେବ ଧ୍ୱନିରେ ମୁଖରିତ ଲିଙ୍ଗରାଜ ମନ୍ଦିର, ଭକ୍ତଙ୍କ ଅସମ୍ଭାଳ ସମାଗମ