Masthead

ଫଡନାଭିସଙ୍କ ଶପଥ ଗ୍ରହଣ କାର୍ଯ୍ୟକ୍ରମରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ମହାରାଷ୍ଟ୍ର ଯିବେ ମୁଖ୍ୟମନ୍ତ୍ରୀ ମୋହନପମାଝୀ । ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ମଧ୍ୟ ମହାରାଷ୍ଟ୍ର ଯିବେ । ନୂଆ ସରକାରର ଶପଥ ଉତ୍ସବରେ ସାମିଲ ହେବେ । ମୁମ୍ବାଇର ଆଜାଦ ମୈଦାନରେ ଶପଥ ସମାରୋହରେ ସାମିଲ ହେବେ । ଦେବେନ୍ଦ୍ର ଫଡନାଭିସଙ୍କ ନେତୃତ୍ୱରେ ନୂତନ ମନ୍ତ୍ରୀ ପରିଷଦ ଗୁରୁବାର ଅପରାହ୍ନ ୫ ଟାରେ ମୁମ୍ବାଇର ଆଜାଦ ମଇଦାନରେ ଏକ ସ୍ୱତନ୍ତ୍ର କାର୍ୟ୍ୟକ୍ରମରେ ଶପଥ ଗ୍ରହଣ କରିବେ।

ଶପଥ ଗ୍ରହଣ ସମାରୋହରେ ଯୋଗଦେବା ପାଇଁ ଓଡିଶା ମୁଖ୍ୟମନ୍ତ୍ରୀ ମୁମ୍ବାଇ ଯାତ୍ରା କରିବାର ସମ୍ଭାବନା ରହିଛି। ମୁମ୍ବାଇରେ ହେବାକୁ ଥିବା ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଅନ୍ୟାନ୍ୟ ମାନ୍ୟଗଣ୍ୟ ବ୍ୟକ୍ତିଙ୍କ ମଧ୍ୟରେ ବିଜେପି ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀ ଯୋଗଦେବେ ବୋଲି ଆଶା କରାଯାଉଛି। ଫଡନାଭିସ୍ ତୃତୀୟ ଥର ପାଇଁ ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ହେବେ। ସେ ୨୦୧୪ ରେ ପ୍ରଥମ ଥର ପାଇଁ ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଭାବରେ ଦାୟିତ୍ୱ ଗ୍ରହଣ କରିଥିଲେ। ଫଡନାଭିସ୍ ୨୦୧୯ ରେ ତାଙ୍କର ପାଞ୍ଚ ବର୍ଷ କାର୍ଯ୍ୟ ସମାପ୍ତ କରିଥିଲେ।

୨୦୧୯ ରେ ଦ୍ୱିତୀୟ ଥର ପାଇଁ ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଥିଲେ ମଧ୍ୟ ରାଜ୍ୟରେ ସରକାର ଚଳାଇବା ପାଇଁ ବିଜେପି ଆବଶ୍ୟକୀୟ ସଂଖ୍ୟାଗରିଷ୍ଠତା ହାସଲ କରିବାରେ ବିଫଳ ହେବାରୁ ୭୨ ଘଣ୍ଟା ମଧ୍ୟରେ ସେ ଇସ୍ତଫା ଦେଇଥିଲେ। ତେବେ ୨୦୨୨ ରୁ ୨୦୨୪ ପର୍ଯ୍ୟନ୍ତ ଏକନାଥ ସିନ୍ଦେଙ୍କ ନେତୃତ୍ୱରେ ସହଯୋଗରେ ବିଜେପି, ଶିବସେନା ଏବଂ ଏନସିପି ମିଳିତ ସରକାରରେ ଫଡନାଭିସ ଉପମୁଖ୍ୟମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ। ନିକଟରେ ମହାରାଷ୍ଟ୍ରରେ ଶେଷ ହୋଇଥିବା ବିଧାନସଭା ନିର୍ବାଚନରେ ତିନି ଦଳୀୟ ମହାୟୁତି ମେଣ୍ଟ କ୍ଷମତା ବଜାୟ ରଖିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ