Masthead

‘ସବୁ ସେଇ ଜଗାର ଇଚ୍ଛା’

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଘଟିଲା ଅପେକ୍ଷାର ଅନ୍ତ । ଖୋଲିଲା ଶ୍ରୀମନ୍ଦିରର ୪ ଦ୍ୱାର । ଯାହାକୁ କୋଟି କୋଟି ଓଡ଼ିଆ ଅପେକ୍ଷା କରିଥିଲେ ସେଇ ମୁହୂର୍ତ୍ତ ଆଜି ଆସିଛି। ମହାପ୍ରଭୁଙ୍କ ମଙ୍ଗଳ ଆଳତି ପରେ ଭକ୍ତଙ୍କ ପାଇଁ ଆଜି ସକାଳେ ଖୋଲିଛି ଶ୍ରୀମନ୍ଦିରର ୪ ଦ୍ୱାର। ମହାପ୍ରଭୁଙ୍କ ଦର୍ଶନ ପରେ ପ୍ରତିକ୍ରିୟା ରଖିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଶ୍ରୀମନ୍ଦିର ୪ ଦ୍ୱାର ଖୋଲିବା ନେଇ ରଖିଲେ ପ୍ରତିକ୍ରିୟା । ପ୍ରଥମ କ୍ୟାବିନେଟରେ ୪ଟି ପ୍ରସ୍ତାବରୁ ପ୍ରଥମଟି କାର୍ଯ୍ୟକାରୀ ହୋଇଛି । ପ୍ରଥମ ପ୍ରସ୍ତାବ ଅନୁଯାୟୀ ଶ୍ରୀମନ୍ଦିରର ୪ ଦ୍ୱାର ଖୋଲାଯାଇଛି ।

ଭକ୍ତଙ୍କ ଆବେଗକୁ ଦୃଷ୍ଟିରେ ରଖି ସରକାରଙ୍କ ଉପସ୍ଥିତିରେ ଆଜି ୪ ଦ୍ୱାର ଖୋଲାହେଲା । ମହାପ୍ରଭୁଙ୍କ ଆଶୀର୍ବାଦରେ ଏହା ସମ୍ଭବ ହେଇଛି, ମହାପ୍ରଭୁଙ୍କ ଇଚ୍ଛାରେ ସବୁକିଛି ହୁଏ । ଆଗାମୀ ଦିନରେ ଶୃଙ୍ଖଳିତ ଦର୍ଶନ ହେବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ସେ ଆହୁରି ମଧ୍ୟ କହିଛନ୍ତି ଶ୍ରୀମନ୍ଦିରର ଭିତର ଓ ବାହାର ସ୍ଥିତି ଅନୁଧ୍ୟାନ କରିଛୁ । ଶ୍ରଦ୍ଧାଳୁଙ୍କ ଅସୁବିଧା ନହେବାକୁ ପଦକ୍ଷେପ ନିଆଗଲା । ଏଥିସହ ଶ୍ରୀମନ୍ଦିର ପାଇଁ ୫୦୦ କୋଟିର କର୍ପସ ଫଣ୍ଡ ହୋଇଛି । ନୀତିକାନ୍ତିରେ କେମିତି ବାଧା ସୃଷ୍ଟି ନହେବ ସେଥିପ୍ରତି ଦୃଷ୍ଟି ଦିଆଯାଇଛି । ଧୀରେଧୀରେ ଅନ୍ୟାନ୍ୟ ସମସ୍ୟାର ବି ସମାଧାନ କରାଯିବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ