Masthead

ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ଓ ଦୁଇ ଉପ ମୁଖ୍ୟମନ୍ତ୍ରୀ: ଆଜି ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀଙ୍କୁ ଭେଟିବେ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ୩ ଦିନିଆ ନୂଆଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଦୁଇ ଉପମୁଖ୍ୟମନ୍ତ୍ରୀ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ସହ ଦିଲ୍ଲୀ ଗସ୍ତରେ ଅଛନ୍ତି । ଆଜି ମଧ୍ୟାହ୍ନରେ ରାଷ୍ଟ୍ରପତିଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି । ଅପରାହ୍ନରେ ପ୍ରଧାନମନ୍ତ୍ରୀ ମୋଦି ଓ କେନ୍ଦ୍ରମନ୍ତ୍ରୀ ନୀତିନ ଗଡ଼କରୀଙ୍କୁ ଭେଟିବେ । ଗୃହମନ୍ତ୍ରୀ ଅମିତ୍ ଶାହା ଏବଂ ବିଜେପି ରାଷ୍ଟ୍ରିୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କୁ ମଧ୍ୟ ମୁଖ୍ୟମନ୍ତ୍ରୀ ଭେଟିବାର କାର୍ଯ୍ୟକ୍ରମ ରହିଛି । ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କୁ ମୁଖ୍ୟମନ୍ତ୍ରୀ ଓ ଦୁଇ ମୁଖ୍ୟମନ୍ତ୍ରୀ ଭେଟି ରାଜ୍ୟ ପ୍ରସଙ୍ଗରେ ଆଲୋଚନା କରିବା ସହ ରଥଯାତ୍ରାକୁ ନିମନ୍ତ୍ରଣ କରିବାର ସୂଚନା ରହିଛି।

ଏଥିସହ ସେମାନେ ବିଜେପିର କିଛି ଶୀର୍ଷ ନେତୃତ୍ୱଙ୍କୁ ମଧ୍ୟ ଭେଟିବାର କାର୍ଯ୍ୟକ୍ରମ ରହିଥିବା ଜଣାଯାଇଛି। ରାଜ୍ୟରେ ବିଜେପି ସରକାର ଶପଥ ନେବା ପରେ ପ୍ରଥମ ଥର ଦିଲ୍ଲୀ ଗସ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ । ସେଥିପାଇଁ ଏହି ଗସ୍ତ ବେଶ ଗୁରୁତ୍ୱପୁର୍ଣ୍ଣ ରହିଛି । ଚର୍ଚ୍ଚା ହେଉଛି ବିକଶିତ ଓଡ଼ିଶା ପାଇଁ ମୋଦୀ ଯେଉଁ ରୋଡ ମ୍ୟାପ ପ୍ରସ୍ତୁତ କରିଛନ୍ତି ସେହି ମନ୍ତ୍ର ନେଇ ଫେରିବେ ନୂଆ ସରକାରର ଶୀର୍ଷ ନେତୃତ୍ୱ । ମୋଦୀ ଗ୍ୟାରେଂଟିକୁ କିଭଳି ରାଜ୍ୟରେ ଉପଯୋଗ କରାଯାଇ ପାରିବ ଏବଂ ଓଡ଼ିଶା ଦେଶର ଏକ ନମ୍ବର ରାଜ୍ୟ ହେବ ସେନେଇ ପ୍ରସ୍ତୁତି କରିବ ରାଜ୍ୟ ୟୁନିଟ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ