ଆଜିଠୁ ତିନିଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜିଠୁ ତିନିଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।  ମାଓ ମୁକାବିଲା ନେଇ ହେବାକୁ ଥିବା ବୈଠକରେ ଯୋଗଦେବେ । ଅମିତ ଶାହାଙ୍କ ଅଧ୍ୟକ୍ଷତାରେ ବସିବ ଏହି ବୈଠକ। ଆସନ୍ତାକାଲି ମାଓ ପ୍ରଭାବିତ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ସହ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହଙ୍କ ବୈଠକ। ନୂଆଦିଲ୍ଲୀର ବିଜ୍ଞାନ ଭବନରେ ଏହି ବୈଠକ ବସିବ। ଏହି ବୈଠକରେ ଓଡ଼ିଶା, ଆନ୍ଧ୍ର ପ୍ରଦେଶ, ତେଲେଙ୍ଗାନା, ବିହାର, ଛତିଶଗଡ଼, ଝାଡ଼ଖଣ୍ଡ, ମହାରାଷ୍ଟ୍ର ଓ ମଧ୍ୟ ପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗଦେବେ।

ମାଓ ପ୍ରଭାବିତ ରାଜ୍ୟ ଗୁଡ଼ିକୁ ବିକାଶମୂଳକ ସହଯୋଗ କ୍ଷେତ୍ରରେ କାର୍ଯ୍ୟ କରୁଥିବା ୫ ଜଣ କେନ୍ଦ୍ର ମନ୍ତ୍ରୀ ମଧ୍ୟ ଏହି ବୈଠକରେ ଯୋଗଦେବେ । ସେହିଭଳି ଅତିରିକ୍ତ ଜାତୀୟ ସୁରକ୍ଷା ପରାମର୍ଶଦାତାଙ୍କ ସମେତ କେନ୍ଦ୍ର, ରାଜ୍ୟର ବରିଷ୍ଠ ଅଧିକାରୀ, କେନ୍ଦ୍ରୀୟ ଶସସ୍ତ୍ର ବଳର ଅଧିକାରୀମାନେ ମଧ୍ୟ ସାମିଲ ହେବେ ବୋଲି କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି। ଗତ ବର୍ଷ ମଧ୍ୟ ଅକ୍ଟୋବର ୬ ତାରିଖରେ ମାଓ ପ୍ରଭାବିତ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଅମିତ ଶାହ ସମୀକ୍ଷା ବୈଠକ କରିଥିଲେ। ଏଥିରେ ମାଓବାଦୀଙ୍କୁ ମୂଳୋତ୍ପାଟନ କରିବା ପାଇଁ ଗୃହମନ୍ତ୍ରୀ ବିସ୍ତୃତ ନିର୍ଦ୍ଦେଶନାମା ଦେଇଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ