Masthead

ଦୁଇଦିନିଆ ମୁମ୍ବାଇ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଦୁଇ ଦିନିଆ ମୁମ୍ବାଇ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଓଡ଼ିଶାକୁ ଅଧିକ ପୁଞ୍ଜିପତିଙ୍କୁ ଆକୃଷ୍ଟ କରିବା ସହ ନିବେଶ ଟାଣିବାକୁ ମୁଖ୍ୟମନ୍ତ୍ରୀ ମୁମ୍ବାଇ ଗସ୍ତରେ ଯିବେ । ଆସନ୍ତା ୧୭ରେ ସେ ମୁମ୍ବାଇରେ ନିବେଶକଙ୍କୁ ଭେଟି ଓଡ଼ିଶା ଆସିବାକୁ ନିମନ୍ତ୍ରଣ କରିବେ । ଓଡ଼ିଶାରେ ଶିଳ୍ପାୟନ ପାଇଁ ଥିବା ସମ୍ଭାବନା ସଂପର୍କରେ ଶିଳ୍ପ ବିଭାଗ ପକ୍ଷରୁ ସେଠାରେ ଏକ ରୋଡ ସୋ’ରେ ମଧ୍ୟ ଯୋଗ ଦେବେ । କେନ୍ଦୁଝରରେ ଏକ ଇସ୍ପାତ କାରଖାନା ପ୍ରତିଷ୍ଠା ପାଇଁ ସେ ନିବେଶକଙ୍କ ସହ ଆଲୋଚନା କରିବେ । କେନ୍ଦୁଝର ଗସ୍ତରେ ଯାଇ ଏ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ।

ଚଳିତ ମାସ ପ୍ରଥମ ସପ୍ତାହରେ ମୁଖ୍ୟମନ୍ତ୍ରୀ ନୂଆଦିଲ୍ଲୀ ଯାଇ ବିଭିନ୍ନ ଦେଶର ରାଷ୍ଟ୍ରଦୂତ, ହାଇ କମିଶନର, ବାଣିଜ୍ୟିକ କମିଶନର ଓ ପୁଞ୍ଜିପତିମାନଙ୍କ ସହ ଓଡ଼ିଶାରେ ନିବେଶ ନେଇ ଆଲୋଚନା କରିଥିଲେ । ସେମାନଙ୍କୁ ଭରସା ଓ ପ୍ରତିଶ୍ରୁତି ଦେଇଥିଲେ, ଶିଳ୍ପାୟନକୁ ନୂଆ ଉଚ୍ଚତାକୁ ନେବାକୁ ରାଜ୍ୟ ନିଷ୍ପତ୍ତି ନେଇଛି । ଆପଣମାନେ ଓଡ଼ିଶା ଆସନ୍ତୁ । ସେଠାରେ ନିବେଶ ରୋଡ୍ ସୋରେ ମଧ୍ୟ ମୁଖ୍ୟମନ୍ତ୍ରୀ ଯୋଗ ଦେଇଥିଲେ । ଉତ୍କର୍ଷ ଓଡ଼ିଶା: ମେକ୍ ଇନ ଓଡ଼ିଶା କନ୍କ୍ଲେଭ ୨୦୨୫ ପାଇଁ ସେ ନିବେଶକମାନଙ୍କୁ ନିମନ୍ତ୍ରଣ କରିଥିଲେ। ଆସନ୍ତା ଜାନୁଆରୀ ୨୮ ଓ ୨୯ରେ ଦୁଇଦିନ ଧରି ଏ ସମ୍ମିଳନୀ ଆୟୋଜିତ ହେବାକୁ ଥିବାରୁ ଅଧିକ ନିବେଶ ଭିଡ଼ିବାକୁ ମୁଖ୍ୟମନ୍ତ୍ରୀ ୧୭ରେ ମୁମ୍ବାଇ ଗସ୍ତରେ ଯାଇ ରୋଡ ସୋ’ କରିବେ ବୋଲି ଜଣାପଡ଼ିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣ, ଯବାନ ଗୁରୁତର 🔴 ଆଜି ପହିଲି ରଜ 🔴 ଝାଡାବାନ୍ତିରେ ଆଉଟ ପାଉଟ ଯାଜପୁର, ଛୁଟି ବାତିଲ 🔴 ଅଳ୍ପକେ ବର୍ତ୍ତିଲା ୧୫୬ ଜଣଙ୍କ ଜୀବନ 🔴 ଜୀବନର ମୂଲ୍ୟ ପାଣି ଫୋଟକା ନା? 🔴 କାଳ ସାଜିଲା ଜୁନ ୧୨ 🔴 ଲକି ନମ୍ବର ହୋଇଗଲା ଅନଲକି 🔴 ଜଳିଗଲା ବିମାନ..ଚାଲିଗଲା ଜୀବନ, ଅଧାରେ ରହିଗଲା ଲଣ୍ଡନରେ ଯିବା ସ୍ବପ୍ନ 🔴 ଅହମ୍ମଦାବାଦରେ ବିମାନ ଦୁର୍ଘଟଣା, ୧୧୦ ଯାତ୍ରୀଙ୍କ ମୃତ୍ୟୁ ! 🔴 “ଅପରେସନ ହନିମୁନ”କୁ ମୁଖ୍ୟମନ୍ତ୍ରୀଙ୍କ ପୂର୍ଣସମର୍ଥନ! 🔴 ଆଇଇଡି ବିସ୍ଫୋରଣ, ଯବାନ ଗୁରୁତର 🔴 ଆଜି ପହିଲି ରଜ 🔴 ଝାଡାବାନ୍ତିରେ ଆଉଟ ପାଉଟ ଯାଜପୁର, ଛୁଟି ବାତିଲ 🔴 ଅଳ୍ପକେ ବର୍ତ୍ତିଲା ୧୫୬ ଜଣଙ୍କ ଜୀବନ 🔴 ଜୀବନର ମୂଲ୍ୟ ପାଣି ଫୋଟକା ନା? 🔴 କାଳ ସାଜିଲା ଜୁନ ୧୨ 🔴 ଲକି ନମ୍ବର ହୋଇଗଲା ଅନଲକି 🔴 ଜଳିଗଲା ବିମାନ..ଚାଲିଗଲା ଜୀବନ, ଅଧାରେ ରହିଗଲା ଲଣ୍ଡନରେ ଯିବା ସ୍ବପ୍ନ 🔴 ଅହମ୍ମଦାବାଦରେ ବିମାନ ଦୁର୍ଘଟଣା, ୧୧୦ ଯାତ୍ରୀଙ୍କ ମୃତ୍ୟୁ ! 🔴 “ଅପରେସନ ହନିମୁନ”କୁ ମୁଖ୍ୟମନ୍ତ୍ରୀଙ୍କ ପୂର୍ଣସମର୍ଥନ!