Masthead

ଦୁଇଦିନିଆ ମୁମ୍ବାଇ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଦୁଇ ଦିନିଆ ମୁମ୍ବାଇ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଓଡ଼ିଶାକୁ ଅଧିକ ପୁଞ୍ଜିପତିଙ୍କୁ ଆକୃଷ୍ଟ କରିବା ସହ ନିବେଶ ଟାଣିବାକୁ ମୁଖ୍ୟମନ୍ତ୍ରୀ ମୁମ୍ବାଇ ଗସ୍ତରେ ଯିବେ । ଆସନ୍ତା ୧୭ରେ ସେ ମୁମ୍ବାଇରେ ନିବେଶକଙ୍କୁ ଭେଟି ଓଡ଼ିଶା ଆସିବାକୁ ନିମନ୍ତ୍ରଣ କରିବେ । ଓଡ଼ିଶାରେ ଶିଳ୍ପାୟନ ପାଇଁ ଥିବା ସମ୍ଭାବନା ସଂପର୍କରେ ଶିଳ୍ପ ବିଭାଗ ପକ୍ଷରୁ ସେଠାରେ ଏକ ରୋଡ ସୋ’ରେ ମଧ୍ୟ ଯୋଗ ଦେବେ । କେନ୍ଦୁଝରରେ ଏକ ଇସ୍ପାତ କାରଖାନା ପ୍ରତିଷ୍ଠା ପାଇଁ ସେ ନିବେଶକଙ୍କ ସହ ଆଲୋଚନା କରିବେ । କେନ୍ଦୁଝର ଗସ୍ତରେ ଯାଇ ଏ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ।

ଚଳିତ ମାସ ପ୍ରଥମ ସପ୍ତାହରେ ମୁଖ୍ୟମନ୍ତ୍ରୀ ନୂଆଦିଲ୍ଲୀ ଯାଇ ବିଭିନ୍ନ ଦେଶର ରାଷ୍ଟ୍ରଦୂତ, ହାଇ କମିଶନର, ବାଣିଜ୍ୟିକ କମିଶନର ଓ ପୁଞ୍ଜିପତିମାନଙ୍କ ସହ ଓଡ଼ିଶାରେ ନିବେଶ ନେଇ ଆଲୋଚନା କରିଥିଲେ । ସେମାନଙ୍କୁ ଭରସା ଓ ପ୍ରତିଶ୍ରୁତି ଦେଇଥିଲେ, ଶିଳ୍ପାୟନକୁ ନୂଆ ଉଚ୍ଚତାକୁ ନେବାକୁ ରାଜ୍ୟ ନିଷ୍ପତ୍ତି ନେଇଛି । ଆପଣମାନେ ଓଡ଼ିଶା ଆସନ୍ତୁ । ସେଠାରେ ନିବେଶ ରୋଡ୍ ସୋରେ ମଧ୍ୟ ମୁଖ୍ୟମନ୍ତ୍ରୀ ଯୋଗ ଦେଇଥିଲେ । ଉତ୍କର୍ଷ ଓଡ଼ିଶା: ମେକ୍ ଇନ ଓଡ଼ିଶା କନ୍କ୍ଲେଭ ୨୦୨୫ ପାଇଁ ସେ ନିବେଶକମାନଙ୍କୁ ନିମନ୍ତ୍ରଣ କରିଥିଲେ। ଆସନ୍ତା ଜାନୁଆରୀ ୨୮ ଓ ୨୯ରେ ଦୁଇଦିନ ଧରି ଏ ସମ୍ମିଳନୀ ଆୟୋଜିତ ହେବାକୁ ଥିବାରୁ ଅଧିକ ନିବେଶ ଭିଡ଼ିବାକୁ ମୁଖ୍ୟମନ୍ତ୍ରୀ ୧୭ରେ ମୁମ୍ବାଇ ଗସ୍ତରେ ଯାଇ ରୋଡ ସୋ’ କରିବେ ବୋଲି ଜଣାପଡ଼ିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ