Masthead

ଓଡ଼ିଶାକୁ କେତେ ମନେ ରଖିଛନ୍ତି ପ୍ରଧାନମନ୍ତ୍ରୀ ?: ନବୀନ ପଟ୍ଟନାୟକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପ୍ରଧାନମନ୍ତ୍ରୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ କାଉଣ୍ଟର । ଗତକାଲି ପ୍ରଧାନମନ୍ତ୍ରୀ ମୋଦି ରାଜ୍ୟର ତିନି ତିନିଟି ସ୍ଥାନରେ ବିଜେପି ପାଇଁ ପ୍ରଚାର କରି ସିଧା ବିଜେଡି ସରକାର ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କରିଥିଲେ ଆଟାକ୍ । ମୋଦିଙ୍କ ସମାଲୋଚନା ପରେ ପ୍ରତିକ୍ରିୟା ରଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପ୍ରାୟ ୩ ମିନିଟ୍‌ର ଏକ ଭିଡିଓ ସେୟାର କରି ସେ କହିଛନ୍ତି ମୋର କ’ଣ ମନେ ଅଛି କି ନାହିଁ ରାଜ୍ୟବାସୀ ଜାଣିଛନ୍ତି । ଓଡ଼ିଶାବାସୀ ୨୪ ବର୍ଷ ଧରି ଜାଣିଛନ୍ତି । ଓଡ଼ିଶାକୁ କେତେ ମନେ ରଖିଛନ୍ତି ପ୍ରଧାନମନ୍ତ୍ରୀ ? ପ୍ରଧାନମନ୍ତ୍ରୀ ଓଡ଼ିଆ ଭାଷାକୁ ଭୁଲିଗଲେ । ସଂସ୍କୃତ ଭାଷାକୁ ହଜାରେ କୋଟି ଦେଲେ । ଓଡିଆ ଭାଷାକୁ ଅନୁଦାନ ଶୂନ । ଓଡ଼ିଶୀ ସଂଗୀତକୁ ଭୁଲିଗଲେ ପ୍ରଧାନମନ୍ତ୍ରୀ । ଓଡ଼ିଶୀ ସଂଗୀତକୁ ଶାସ୍ତ୍ରୀୟ ମାନ୍ୟତା ଲାଗି ୨ ଥର ପ୍ରସ୍ତାବ ଦେଇଛି । ପ୍ରସ୍ତାବକୁ ଦୁଇ ଦୁଇ ଥର ଅଗ୍ରାହ୍ୟ କରିଛନ୍ତି ପ୍ରଧାନମନ୍ତ୍ରୀ ।

ଓଡ଼ିଶାରେ ବହୁ ବୀରପୁତ୍ର ଅଛନ୍ତି । କେତେକ ନାମକୁ ବି ପ୍ରଧାନମନ୍ତ୍ରୀ ଉଲ୍ଲେଖ କଲେ । କଣ ଜଣେ ବି ଭାରତ ରତ୍ନ ଲାଗି ଯୋଗ୍ୟ ବିବେଚିତ ହେଲେ ନାହିଁ । ଭାରତ ରତ୍ନ ବାଣ୍ଟିବାବେଳେ ବିଜୁ ପଟ୍ଟନାୟକଙ୍କୁ ଭୁଲିଗଲେ । ଚାଷୀଙ୍କ ଏମଏସପି ୨ ଗୁଣ କରିବା ଲାଗି ପ୍ରତିଶୃତି ଦେଇଥିଲେ। ଏମଏସପି ଦୁଇଗୁଣ ପ୍ରତିଶୃତି ବି ଭୁଲିଗଲେ । ଓଡ଼ିଶାବାସୀଙ୍କ ଲାଗି ଉପକୂଳ ରାଜପଥ କରିବାର ଥିଲା । ଉପକୂଳ ରାଜପଥ ବିଷୟ ବି ପ୍ରଧାନମନ୍ତ୍ରୀ ଭୁଲିଗଲ । ଓଡ଼ିଶାର ସମ୍ପଦ କୋଇଲା ନେଉଛନ୍ତି । ରୟାଲଟି ବଢାଇବା ଲାଗି ୧୦ ବର୍ଷ ହେଲା ଭୁଲିଗଲେ । କେବଳ ନିର୍ବାଚନ ସମୟରେ ଓଡ଼ିଶାକୁ ମନେ ପକାଇଲେ କିଛି ଲାଭ ନାହିଁ । ୨୦୧୪ ଓ ୨୦୧୯ରେ ଦେଇଥିବା ପ୍ରତିଶୃତିକୁ ମନେ ରଖିଛନ୍ତି କି । ଦରବୃଦ୍ଧି କମାଇବା, ୨ କୋଟି ଚାକିରି ସୃଷ୍ଟି, ଏଲପିଜି, ପେଟ୍ରୋଲ, ଡିଜେଲ ଦର କମାଇବା, ମୋବାଇଲ କନେକ୍ଟିଭିଟି ଦେବା, ଜିଏସଟି ଛାଡ଼ କରିବା ପ୍ରତିଶୃତି ଓଡ଼ିଶାବାସୀ ମନେ ରଖିଛନ୍ତି । ଜୁନ ୧୦ରେ ତ ନୁହେଁ ଆଉ ୧୦ ବର୍ଷରେ ବି ବିଜେପି ଓଡ଼ିଶାବାସୀଙ୍କ ହୃଦୟ ଜିତି ପାରିବ ନାହିଁ। ମହା ପ୍ରଭୁଙ୍କ ଆଶୀର୍ବାଦ ଏବଂ ଓଡ଼ିଶାବାସୀଙ୍କ ଭଲ ପାଇବା ଯୋଗୁ ବିଜୁ ଜନତା ଦଳ ଷଷ୍ଠ ଥର ଲାଗି ଓଡ଼ିଶାରେ ସରକାର ଗଠନ କରିବ । ଗତକାଲି ରାଜ୍ୟର ୩ଟି ଜାଗାରେ ଜନସମାବେଶରେ ଲୋକଙ୍କୁ ଉଦ୍ବୋଧନ ଦେଇ ପ୍ରଧାନମନ୍ତ୍ରୀ ମୋଦି ବିଜେଡି ସରକାର ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଶାଣିତ ଆକ୍ରମଣ କରିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପୁଞ୍ଜିଲାଲ ମେହେରକୁ ଆଜୀବନ କାରାଦଣ୍ଡ 🔴  ଆଜିଠାରୁ ୩ ଦିନ ରାଜ୍ୟରେ ପ୍ରବଳ ବର୍ଷା 🔴 ପାଟଣାଗଡ଼ ପାର୍ସଲ୍ ବୋମା ମାମଲା, ଆଜି ଆସିବ ରାୟ 🔴 ମୋଦିଙ୍କ ବିଦେଶୀ ସାମଗ୍ରୀ ବର୍ଜନ ଅପିଲ 🔴 ‘ଇଟାର ଜବାବ ପଥରେ ଦେବୁ’ 🔴 ବେଆଇନ ବନ୍ଧୁକ ତିଆରି କାରଖାନା ଠାବ 🔴 ଆକ୍ସନ ମୋଡରେ ବିଧାୟକ ପବିତ୍ର ସାଉଁନ୍ତା 🔴 ଭାରତ ଆଗରେ ମୁଣ୍ଡ ନୁଆଁଇଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ 🔴 ୫ଦିନ ଯାଏ ବର୍ଷା, ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ 🔴  ଗିରଫ ହେଲେ ସିଆର୍ପିଏଫ କର୍ମଚାରୀ 🔴 ପୁଞ୍ଜିଲାଲ ମେହେରକୁ ଆଜୀବନ କାରାଦଣ୍ଡ 🔴  ଆଜିଠାରୁ ୩ ଦିନ ରାଜ୍ୟରେ ପ୍ରବଳ ବର୍ଷା 🔴 ପାଟଣାଗଡ଼ ପାର୍ସଲ୍ ବୋମା ମାମଲା, ଆଜି ଆସିବ ରାୟ 🔴 ମୋଦିଙ୍କ ବିଦେଶୀ ସାମଗ୍ରୀ ବର୍ଜନ ଅପିଲ 🔴 ‘ଇଟାର ଜବାବ ପଥରେ ଦେବୁ’ 🔴 ବେଆଇନ ବନ୍ଧୁକ ତିଆରି କାରଖାନା ଠାବ 🔴 ଆକ୍ସନ ମୋଡରେ ବିଧାୟକ ପବିତ୍ର ସାଉଁନ୍ତା 🔴 ଭାରତ ଆଗରେ ମୁଣ୍ଡ ନୁଆଁଇଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ 🔴 ୫ଦିନ ଯାଏ ବର୍ଷା, ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ 🔴  ଗିରଫ ହେଲେ ସିଆର୍ପିଏଫ କର୍ମଚାରୀ