ପ୍ରାକ୍‌ ବଜେଟ ବୈଠକରେ ଓଡ଼ିଶାର ଦାବି ରଖିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୫ ଦିନିଆ ଦିଲ୍ଲୀ ଏବଂ ରାଜସ୍ଥାନ ଗସ୍ତରେ ଯାଇଛନ୍ତି। କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଅଧ୍ୟକ୍ଷତାରେ ବସିବାକୁ ଥିବା ପ୍ରାକ୍‌ ବଜେଟ୍‌ ବୈଠକରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ରାଜ୍ୟର ଦାବି ରଖିବେ । ୨୦ ତାରିଖରେ ଦିଲ୍ଲୀରୁ ରାଜସ୍ଥାନ ଯିବେ। ସେଠାରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ। ରାଜସ୍ଥାନର ଜୟସାଲମେରରେ ପ୍ରାକ୍‌ ବଜେଟ ପ୍ରସ୍ତୁତି ଆଲୋଚନାରେ ମୁଖ୍ୟମନ୍ତ୍ରୀ ଭାଗନେବେ। ମୁଖ୍ୟମନ୍ତ୍ରୀ ୧୯, ୨୦ ଓ ୨୧ ତାରିଖ ରାଜସ୍ଥାନରେ ରହିବାର କାର୍ଯ୍ୟକ୍ରମ ରହିଛି।

ତେବେ ୨୧, ୨୨ ଓ ୨୩ ତାରିଖରେ ଦିଲ୍ଲୀରେ ରହିବେ ବୋଲି ଜଣାପଡ଼ିଛି। ଏହି ଗସ୍ତ ସମୟରେ ଦିଲ୍ଲୀରେ ଆୟୋଜିତ ୫୫ତମ ଜିଏସ୍‌ଟି ବୈଠକରେ ମୁଖ୍ୟମନ୍ତ୍ରୀ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଏଥିସହ ମୁଖ୍ୟମନ୍ତ୍ରୀ କେତେକ କେନ୍ଦ୍ରମନ୍ତ୍ରୀ ଏବଂ ଦଳର ବରିଷ୍ଠ ନେତାଙ୍କୁ ଭେଟିବା କାର୍ଯ୍ୟକ୍ରମ ରହିଛି। ଡିସେମ୍ବର ୨୩ ତାରିଖରେ ମୁଖ୍ୟମନ୍ତ୍ରୀ ଓଡ଼ିଶା ଫେରିଆସିବାର କାର୍ୟ୍ୟକ୍ରମ ରହିଛି। ଏହାଛଡ଼ା ମୁଖ୍ୟମନ୍ତ୍ରୀ ୨୧ରେ ରାଜସ୍ଥାନରେ ହେବାକୁ ଥିବା ଜିଏସ୍‌ଟି ପରିଷଦର ୫୫ତମ ବୈଠକରେ ଯୋଗ ଦେବେ । ଜାନୁଆରୀ ମାସରେ ହେବାକୁ ଥିବା ପ୍ରବାସୀ ଭାରତୀୟ ଦିବସ ପାଇଁ ସେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କୁ ଓଡ଼ିଶା ଆସିବାକୁ ନିମନ୍ତ୍ରଣ କରିବେ । ୫ଦିନିଆ ଗସ୍ତ ସାରି ମୁଖ୍ୟମନ୍ତ୍ରୀ ୨୩ ତାରିଖ ଅପରାହ୍ଣରେ ଓଡ଼ିଶା ଫେରିବାର କାର୍ଯ୍ୟସୂଚୀ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ