Masthead

୨୪ ଘଣ୍ଟାରେ ୨୨୮୨ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଜୁନ ପରେ ଜୁଲାଇ ଆଣିଦେଉଛି ଆଶ୍ୱସ୍ତିକର ଖବର । ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର  । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୨୨୮୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୩୯୭୫୨ରେ ପହଞ୍ଚିଛି ।

ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୩୧୫ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୯୬୭ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ଏବେ ବି ସର୍ବାଧିକ ୫୯୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେପଟେ କଟକରେ ୩ଶହ ତଳକୁ ଖସିଛି ଦୈନିକ ସଂକ୍ରମଣ । କଟକରୁ ୨୮୯ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏବେ ବି ରାଜ୍ୟରେ ୨୫ ହଜାର ୪୬୧ ଜଣ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ