ରାଜ୍ୟରେ ଆଜି କେତେ ସୁସ୍ଥ ହେଲେ ଜାଣନ୍ତୁ ?

ଭୁବନେଶ୍ୱର, (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କମିବାରେ ଲାଗିଛି କରୋନା ଗ୍ରାଫ୍ । ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ଠାରୁ କରୋନା ସୁସ୍ଥଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । ଆଜି ରାଜ୍ୟରେ ୨୧୩୮ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଆଜି ଦିନକରେ ପୁଣି ୨୮୫୦ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୨ ଲକ୍ଷ ୪୧ ହଜାର ୩୮୫ରେ ପହଞ୍ଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍ ଯୋଗେ ସୂଚନା ଦିଆଯାଇଛି ।

ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୬୩ଜଣ ସୁସ୍ଥ ହୋଇଥିବା ବେଳେ କଟକରୁ ୧୮୪, ପୁରୀରୁ ୧୪୭, ଅନୁଗୁଳରୁ ୧୩୮, ସମ୍ବଲପୁରରୁ ୧୩୭, କେନ୍ଦ୍ରାପଡ଼ାରୁ ୧୩୩, ବରଗଡରୁ ୯୮, ନବରଙ୍ଗପୁରରୁ ୮୯, ଯାଜପୁରରୁ ୮୭, ସୁନ୍ଦରଗଡ଼ରୁ ୮୫, ମୟୁରଭଞ୍ଜରୁ ୮୨, ଜଗତସିଂହପୁରରୁ ୮୦, ସୋନପୁରରୁ ୮୦, ବଲାଙ୍ଗିରରୁ ୭୨, ଝାରସୁଗୁଡ଼ାରୁ ୭୨, ବାଲେଶ୍ୱରରୁ ୬୯, ଢେଙ୍କାନାଳରୁ ୬୬, କଳାହାଣ୍ଡିରୁ ୬୩, କେନ୍ଦୁଝରରୁ ୫୫, କନ୍ଧମାଳରୁ ୪୮, ମାଲକାନଗିରରୁ ୪୨, ବୌଦ୍ଧରୁ ୪୧, ନୁଆପଡ଼ାରୁ ୪୧, ନୟାଗଡ଼ରୁ ୩୭, ଗଞ୍ଜାମରୁ ୩୬, ଭଦ୍ରକରୁ ୩୧, ରାୟଗଡ଼ାରୁ ୨୭, କୋରାପୁଟରୁ ୨୬, ଦେବଗଡ଼ରୁ ୧୫, ଗଜପତିରୁ ୩ଜଣ ଏବଂ ଷ୍ଟେଟ ପୁଲରୁ ୨୦୩ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!